ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ  ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା। ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ।

Leave A Reply

Your email address will not be published.