ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, କିରାଣି

0

ଆସିକା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଳସମ୍ପଦ ବିଭାଗ ଆସିକା ସିଏଡି ଭିଜିଜନ୍‌-୮ (ସେଚାଞ୍ଚଳ ଉନ୍ନୟନ ଖଣ୍ଡ) ନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇ ଓ କନିଷ୍ଠ କିରାଣି କୈଳାସ ଚନ୍ଦ୍ର ବେହେରା। ଜଣେ ଗାଡ଼ି ମାଲିକଙ୍କ ବକେୟା ବିଲ୍‌ ପାସ୍‌ କରିବା ପାଇଁ ଲାଞ୍ଚ ନେଉଥିଲେ। ସେମାନଙ୍କ ନିକଟରୁ ଲାଞ୍ଚ ବାବଦ ୨୦ହଜାର ଟଙ୍କା ଜବତ ‌କରାଯାଇଛି। ଲାଞ୍ଚ ନେବା ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ଉଭୟଙ୍କୁ କାବୁ କରିଛି। ଏହା ପରବର୍ତ୍ତୀ ସମୟରେ ଉଭୟଙ୍କ ଅଫିସ ଓ ବାସଭବନ ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସର ୫ଟି ଟିମ୍‌ ଚଢ଼ାଉ ଚଳାଇଛନ୍ତି।

ଉଲ୍ଲେଖଯୋଗ୍ୟ; ଲାଞ୍ଚ ନେଇ ଧରାପଡ଼ିବା ପରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇଙ୍କ ତିନିଟି ଠିକଣାରେ ଓ କନିଷ୍ଠ କିରାଣି କୈଳାସ ଚନ୍ଦ୍ର ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଦୁଇ ଅଧିକାରୀ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ଏହି ମାମଲାରେ ଅଧିକ ତଦନ୍ତ ଜାରି ରହିଛି।

Leave A Reply

Your email address will not be published.