ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଲୋକାର୍ପିତ ହେଲା ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ

0

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ବସ୍‌ ଟର୍ମିନାଲ୍‌କୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା ଓଡ଼ିଶାରେ ଏକ ନୂଆ ପରିଚୟ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟର ସବୁଠାରୁ ବଡ଼ ବସ୍ ଟର୍ମିନାଲ ଉଦଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଉଦଘାଟନୀ ସମାରୋହରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହିଥିଲେ । ଲୋକାର୍ପଣ ପରେ ବସ ଟର୍ମିନାଲ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ । ଆହାର କେନ୍ଦ୍ରକୁ ଯିବା ସହ ଖାଦ୍ୟ ମଧ୍ୟ ପରଶିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ବସ୍‌ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବାରେ ସଫଳ ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାଁରେ ଏହି ବସ୍‌ ଟର୍ମିନାଲ ଓଡ଼ିଶା ସରକାର ନାମିତ କରାଯାଇଛି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରୀ ମଧ୍ୟ କରାଯାଇଛି ‌ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.