ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ଲୋକାର୍ପିତ ହେଲା ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ

0

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ବସ୍‌ ଟର୍ମିନାଲ୍‌କୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା ଓଡ଼ିଶାରେ ଏକ ନୂଆ ପରିଚୟ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟର ସବୁଠାରୁ ବଡ଼ ବସ୍ ଟର୍ମିନାଲ ଉଦଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଉଦଘାଟନୀ ସମାରୋହରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହିଥିଲେ । ଲୋକାର୍ପଣ ପରେ ବସ ଟର୍ମିନାଲ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ । ଆହାର କେନ୍ଦ୍ରକୁ ଯିବା ସହ ଖାଦ୍ୟ ମଧ୍ୟ ପରଶିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ବସ୍‌ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବାରେ ସଫଳ ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାଁରେ ଏହି ବସ୍‌ ଟର୍ମିନାଲ ଓଡ଼ିଶା ସରକାର ନାମିତ କରାଯାଇଛି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରୀ ମଧ୍ୟ କରାଯାଇଛି ‌ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.