ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି

0

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି। ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ ମିଳିବ ମାତୃତ୍ବ ଛୁଟି । ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ।

ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୂରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ।

୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ସେମାନେ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାପରେ ମୁଖ୍ଯମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪ ହଜାର ୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟିତ୍ରୀ ଉପକୃତ ହେବେ। 

Leave A Reply

Your email address will not be published.