ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି

0

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି। ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ ମିଳିବ ମାତୃତ୍ବ ଛୁଟି । ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ।

ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୂରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ।

୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ସେମାନେ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାପରେ ମୁଖ୍ଯମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪ ହଜାର ୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟିତ୍ରୀ ଉପକୃତ ହେବେ। 

Leave A Reply

Your email address will not be published.