ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଆଉ ପାଦେ ଆଗକୁ ଗଲା ଓଡିଶା। ଆଜି ୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ବି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବଲାଙ୍ଗିର ଭୋଇ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ସୁନ୍ଦରଗଡ ସରକାରୀ ମେଡିକାଲ୍‌ କଲେଜରେ ୫୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ ଉଦଘାଟନ କରିଛନ୍ତି ନବୀନ ।

ସେହିଭଳି କେନ୍ଦୁଝର ଧରଣୀ ଧର ମେଡିକାଲ୍‌ କଲେଜରେ ୫୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ବାଲେଶ୍ୱର ଫକୀର ମୋହନ ମେଡିକାଲ୍‌ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ ମଧ୍ୟ ଉଦଘାଟିତ ହୋଇଛି । ୨ ହଜାର କୋଟିରୁ ଅଧିକ ଟଙ୍କାରେ ଏହି ମେଡିକାଲ ଗୁଡିକ ନିର୍ମାଣ କରାଯାଇଛି ।

ସେହିଭଳି କଟକ ଏ.ଏଚ୍‌.ପି.ଜି.ଆର.ସିର ସମ୍ପ୍ରସାରଣ, ବ୍ରହ୍ମପୁରର ଏମ୍‌.କେ.ସି.ଜି., ଏମ୍‌.ସି.ଏଚ୍‌ର ସମ୍ପ୍ରସାରଣ, ରାଉରକେଲା ଆର୍‌.ଜି.ଏଚ୍‌ ର ସମ୍ପ୍ରସାରଣ ବୁର୍ଲାର ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନର ସମ୍ପ୍ରସାରଣ ପାଇ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରକଳ୍ପ ପାଇଁ ୩ ହଜାର ୪୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ। ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି,ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.