ପ୍ରମୁଖ ଖବର

ଭୁବନେଶ୍ୱରର ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
ଅଣ୍ଡରୱେଟ୍ ଶିଶୁଙ୍କ ପୁଷ୍ଟିକର ଖାଦ୍ୟ ପାଇଁ ବଢ଼ିଲା ଖର୍ଚ୍ଚ, ପ୍ରତିଦିନ ମିଳିବ ୧୮ ଟଙ୍କାର ପୋଷଣ
ପିପିଲିରେ ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଜବତ
ଏସଟି, ଏସସି ଓ ଏସିବିସି ପାଇଁ ସଂରକ୍ଷଣ ବୃଦ୍ଧି, ୨୦୨୬-୨୭ରୁ ଲାଗୁ ହେବ ନୂଆ ନୀତି
ପୁଣି ବଢ଼ିଲା ବସ୍ ଭଡ଼ା, ଯାତ୍ରୀଙ୍କ ପକେଟକୁ ଝଟକା
ମଦର ଡେରୀର ନୂଆ ପଦକ୍ଷେପ: ମାଟିରେ ମିଶିଯିବ କ୍ଷୀର ପାଉଚ୍
ବିଜେପି ଛାଡ଼ିଲେ କେ. ଆନ୍ନାମଲାଇ, ଶୀଘ୍ର ଗଠନ କରିପାରନ୍ତି ନୂଆ ଆଞ୍ଚଳିକ ଦଳ

୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଆଉ ପାଦେ ଆଗକୁ ଗଲା ଓଡିଶା। ଆଜି ୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ବି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବଲାଙ୍ଗିର ଭୋଇ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ସୁନ୍ଦରଗଡ ସରକାରୀ ମେଡିକାଲ୍‌ କଲେଜରେ ୫୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ ଉଦଘାଟନ କରିଛନ୍ତି ନବୀନ ।

ସେହିଭଳି କେନ୍ଦୁଝର ଧରଣୀ ଧର ମେଡିକାଲ୍‌ କଲେଜରେ ୫୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ବାଲେଶ୍ୱର ଫକୀର ମୋହନ ମେଡିକାଲ୍‌ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ ମଧ୍ୟ ଉଦଘାଟିତ ହୋଇଛି । ୨ ହଜାର କୋଟିରୁ ଅଧିକ ଟଙ୍କାରେ ଏହି ମେଡିକାଲ ଗୁଡିକ ନିର୍ମାଣ କରାଯାଇଛି ।

ସେହିଭଳି କଟକ ଏ.ଏଚ୍‌.ପି.ଜି.ଆର.ସିର ସମ୍ପ୍ରସାରଣ, ବ୍ରହ୍ମପୁରର ଏମ୍‌.କେ.ସି.ଜି., ଏମ୍‌.ସି.ଏଚ୍‌ର ସମ୍ପ୍ରସାରଣ, ରାଉରକେଲା ଆର୍‌.ଜି.ଏଚ୍‌ ର ସମ୍ପ୍ରସାରଣ ବୁର୍ଲାର ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନର ସମ୍ପ୍ରସାରଣ ପାଇ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରକଳ୍ପ ପାଇଁ ୩ ହଜାର ୪୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ। ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି,ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.