ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

0

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକରେ ୨୫% ବୃଦ୍ଧି କରିଛନ୍ତି। ଏହା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଓ ଅଭିଯୋଗ ଶୁଣାଣି ଆଦି ବ୍ୟବସ୍ଥା କରିଛନ୍ତି ସରକାର।   

ଅଭିଜ୍ଞତା ଥିବା ଆଉଟସୋର୍ସିଂ କର୍ମଚାରୀଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକ ହଜାର ଟଙ୍କା ମିଳିବ। ସେମାନେ ଯେପରି ମାସ ଶେଷରେ ଠିକ୍ ସମୟରେ ସେମାନଙ୍କର ପାରିଶ୍ରମିକ ପାଇପାରିବେ ସେ ନେଇ ବ୍ୟବସ୍ଥା ଗ୍ରହଣ କରିଛନ୍ତି ସରକାର। ଯେଉଁ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ। ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ ।

ସୂଚନାଯୋଗ୍ୟ: ଆଉଟ୍‌ସୋର୍ସିଂ କର୍ମଚାରୀ ଓ ସର୍ଭିସ୍ ପ୍ରୋଭାଇଡିଂ ଏଜେନ୍ସୀ ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ ଓଡ଼ିଶା ଷ୍ଟେଟ୍ ଆଉଟ୍‌ସୋର୍ସିଂ ଏମ୍ପ୍ଲୋଇଜ୍ ଓମ୍ବୁଡ୍‌ସମ୍ୟାନ୍ ଗଠନ ସଂପର୍କରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆଉଟ୍‌ସୋର୍ସିଂ କର୍ମଚାରୀ ଓ ସର୍ଭିସ୍ ପ୍ରୋଭାଇଡିଂ ଏଜେନ୍ସୀଙ୍କ ଅଭିଯୋଗ ଶୁଣାଣି କରିବା ପାଇଁ ପ୍ରତି ବିଭାଗରେ ଜଣେ ଲେଖାଏଁ ନୋଡାଲ ଅଫିସର ରହିବେ। ଆଉଟ୍‌ସୋର୍ସିଂ କର୍ମଚାରୀ ଓ ସର୍ଭିସ୍ ପ୍ରୋଭାଇଡିଂ ଏଜେନ୍ସୀଗୁଡ଼ିକ ଯେପରି ଅତି ସହଜରେ ସେମାନଙ୍କ ଅଭିଯୋଗଗୁଡ଼ିକ ଦାଖଲ କରିପାରିବେ, ସେଥିପାଇଁ ଏକ ସଫ୍ଟୱୟାର ଆପ୍ଲିକେସନ୍ ବିକଶିତ କରାଯିବ।  ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ ସର୍ଭିସ ପ୍ରୋଭାଇଡିଂ ଏଜେନ୍ସୀଗୁଡ଼ିକ ସହିତ ସପ୍ଲିମେଣ୍ଟାରୀ ଏଗ୍ରୀମେଣ୍ଟ କରିବେ। 

Leave A Reply

Your email address will not be published.