ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଭିଜିଲାନ୍ସ ଜାଲରେ ଆରଆଇ

0

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦର ଆରଆଇ ପଡିଛନ୍ତି ଭିଜିଲାନ୍ସ ଜାଲରେ । ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରମୋଦ କୁମାର ବେହେରାଙ୍କୁ ଧରିଛି ଭିଜିଲାନ୍ସ ଟିମ । ସେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ତହସିଲରେ ଭାବେ କାର୍ଯ୍ୟରତ ଥିଲେ । ଲାଞ୍ଚ କାରବାରରେ ଆରଆଇଙ୍କୁ ସହଯୋଗ କରୁଥିଲେ ସ୍ଥାନୀୟ ବ୍ୟକ୍ତି ବିଦ୍ୟାଧର ପ୍ରଧାନ ।

ସୂଚନାଯୋଗ୍ୟ, ଜଣେ ବ୍ୟକ୍ତି ଜମି ଡିମାରକେସନ ପାଇଁ ବିଦ୍ୟାଧରଙ୍କୁ ୫୦୦୦ ଟଙ୍କା ଲାଞ୍ଚ ଦେଇଥିଲେ । ବିଦ୍ୟାଧର ସେହି ଟଙ୍କାକୁ ନେଇ ଆରଆଇଙ୍କୁ ଦେଇଥିଲେ । ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ ଆରଆଇଙ୍କ ସହ ବିଦ୍ୟାଧରଙ୍କୁ କାବୁ କରିଥିଲା। ରଙ୍ଗବୋଳା ୫୦୦୦ ଟଙ୍କାକୁ ଜବତ କରିବା ସହ ପ୍ରମୋଦ ଓ ବିଦ୍ୟାଧରଙ୍କୁ ଅଧିକ ପଚରାଉଚରା କରିବା ପାଇଁ ବ୍ରହ୍ମପୁର କାର୍ଯ୍ୟାଳୟକୁ ନେଇଛି ।

Leave A Reply

Your email address will not be published.