ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ବିଜେଡିରେ ମିଶିଲେ ବିଜୟଙ୍କ ପୁଅ

0

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ । ମନ୍ତ୍ରୀ ପ୍ରତାପ ଜେନା ମଧ୍ୟ ଏହି ମିଶ୍ରଣ ପର୍ବ ସମୟରେ ଉପସ୍ଥିତ ରହିଥିଲେ । ବିଦ୍ଧିବଧଭାବେ ବିଜେଡିରେ ଯୋଗ ଦେଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି । ତେବେ ଅରବିନ୍ଦ କହିଛନ୍ତି କି, ପାଟକୁରାର ବିକାଶକୁ ଆଗକୁ ନେବି । ଆଶା କରୁଛି ନବୀନବାବୁଙ୍କ ଆଶୀର୍ବାଦ ମୋ ଉପରେ ରହିବ ।

ବିଜେଡିରେ ଯୋଗ ଦେବା ପରେ ଅରବିନ୍ଦ ମହାପାତ୍ର ମଧ୍ୟ କହିଥିଲେ, ବାପାଙ୍କ ଆଶୀର୍ବାଦ ନେଇ ପାଟକୁରାବାସୀଙ୍କ ସହ ଆଲୋଚନା ପରେ ବିଜେଡିରେ ଯୋଗ ଦେଇଛି । ବିଜେଡିରେ ସାମିଲ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ ଅରବିନ୍ଦ।

ସୂଚନାଯୋଗ୍ୟ, ଅରବିନ୍ଦ ସୂଚନା ଓ ପ୍ରଯୁକ୍ତି ବିଦ୍ୟାରେ ଡିଗ୍ରୀ ଇଞ୍ଜିନିୟରିଂ କରିବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ଏକ ଘରୋଇ ସଂସ୍ଥାର ଓଡ଼ିଶା ଶାଖାରେ କାମ କରୁଥିଲେ।  ୨୦୧୯ ନିର୍ବାଚନ ପରଠାରୁ ତାଙ୍କୁ ପାଟକୁରା ଓ ମହାକାଳପଡ଼ା ନିର୍ବାଚନମଣ୍ଡଳୀର ଏକାଧିକ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ଏଣୁ ପାଟକୁରାରୁ ଅରବିନ୍ଦ ରାଜନୈତିକ ଇନିଂସ ଆରମ୍ଭ କରିବେ ବୋଲି ଚର୍ଚ୍ଚା ହେଉଛି। 

Leave A Reply

Your email address will not be published.