ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଘୋଷଣା ହେଲା କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା

0

ନୂଆଦିଲ୍ଲୀ: କଂଗ୍ରେସ ଜାରି କଲା ପ୍ରଥମ ପ୍ରାର୍ଥୀ ତାଲିକା। ପ୍ରଥମ ପ୍ରାର୍ଥୀ ତାଲିକାରେ ୩୯ ଜଣଙ୍କ ନାଁ ରହିଛି । ୮ଟି ରାଜ୍ୟର ୩୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ବାହାର କରିଛି କଂଗ୍ରେସ । କେରଳରୁ ୧୬, କର୍ଣ୍ଣାଟକ ୭, ଛତିଶଗଡ ୬, ତେଲେଙ୍ଗାନା ୪, ମେଘାଳୟ ୨, ନାଗାଲାଣ୍ଡ ୧, ତ୍ରିପୁରା ୧ ଓ ସିକ୍କିମ ୧, ଲାକ୍ଷାଦୀପ ପାଇଁ ବି ୧ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ତାଲିକାରେ ୧୫ ଜଣ ସାଧାରଣ ବର୍ଗଙ୍କ ନାଁ ଥିବା ବେଳେ ଏସସି ଓ ଏସଟି ବର୍ଗରୁ ୨୪ ଜଣଙ୍କ ନାଁ ରହିଛି ।

୮ ରାଜ୍ୟ ମଧ୍ୟରେ ଛତିଶଗଡ଼, କର୍ଣ୍ଣାଟକ, କେରଳ, ମେଘାଳୟ, ନାଗାଲାଣ୍ଡ, ତେଲେଙ୍ଗାନା, ସିକ୍କିମ ଓ ତ୍ରିପୁରା ରହିଛି । କେରଳରୁ ସର୍ବାଧିକ ୧୫ ଜଣଙ୍କ ନାଁ ଘୋଷଣା ହୋଇଥିବା ବେଳେ କର୍ଣ୍ଣାଟକରୁ ୮, ଛତିଶଗଡ଼ରୁ ୬, ତେଲେଙ୍ଗାନାରୁ ୫, ମେଘାଳୟ ୨, ସିକ୍କିମ, ନାଗାଲାଣ୍ଡ ଓ ତ୍ରିପୁରାରୁ ଜଣେ ଲେଖାଏଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି ।

ତାଲିକାରେ କଂଗ୍ରେସର ବଡ ବଡ ନେତାଙ୍କ ନାଁ ରହିଛି । ଓ୍ବାଏନାଡରୁ ରାହୁଲଙ୍କ ନାଁ ଘୋଷଣା ହୋଇଥିବା ବେଳେ ଶଶୀ ଥରୁରଙ୍କୁ ଥିରୁବନନ୍ତପୁରମର ପ୍ରାର୍ଥୀ କରାଯାଇଛି । ସେହିପରି ରାଜନନ୍ଦଗାଁରୁ ଭୂପେଶ ବଘେଲ, ବେଙ୍ଗାଲୁରୁ ରୁରାଲରୁ ଡି.କେ. ସୁରେଶ, ମହାସମୁଦରୁ ତାମ୍ରଧ୍ବଜ ସାହୁ,  ହାସନରୁ ଶ୍ରେୟାସ ପଟାଲ, ପଟାନମିଥରୁ ଆଣ୍ଟୋ ଆଣ୍ଟୋନୀ, ସିକ୍କିମରୁ ଗୋପାଳ ଛେତ୍ରୀ ଏବଂ କୋଝିକୋଡରୁ ଏମ.କେ. ରାଘବନଙ୍କ ନାଁ ଘୋଷଣା କରାଯାଇଛି ।

Leave A Reply

Your email address will not be published.