ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ

0

ଭୁବନେଶ୍ବର: ଶନିବାର ସନ୍ଧ୍ୟାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର ସମସ୍ତ ୟୁଜି (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଛି। ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ ଅଧୀନ ୟୁଜି, ପିଜି ପିଲା ଏହି ବୃତ୍ତି ପାଉଥିଲେ। ଏବେ ଅନ୍ୟ ବିଭାଗ କୃଷି, ସଂସ୍କୃତି ବିଭାଗ ଅଧୀନରେ ଥିବା ପିଲା ମଧ୍ୟ ପାଇବେ।

ରାଜ୍ୟ ସରକାର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକଙ୍କ ଦରମାରେ ପରିବର୍ତ୍ତନ ଆଣିଛନ୍ତି। ଏହା ଦ୍ବାରା ୧ ଲକ୍ଷ ୪ ହଜାରରୁ ଅଧିକ ଶିକ୍ଷକ ହେବେ ଉପକୃତ। ରାଜ୍ୟ ସରକାର ଏଥି ପାଇଁ ୫୮୭ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଲିମେଣ୍ଟାରୀ ଶିକ୍ଷକ କ୍ୟାଡର ପୁନର୍ଗଠିତ ହେବ। ପ୍ରାଥମିକ ଉଚ୍ଚପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଓ ଅଣ ଶିକ୍ଷକଙ୍କ ଦରମା ହାରରେ ହୋଇଛି ପରିବର୍ତ୍ତନ । ଏଥିରେ ଲକ୍ଷେରୁ ଅଧିକ ଶିକ୍ଷକ ଓ କର୍ମଚାରୀ ଉପକୃତ ହେବେ । ଏଥିପାଇଁ ସରକାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହାସହ କ୍ୟାଡରରେ ମଧ୍ୟ ପରିବର୍ତ୍ତନ କରାଯାଇଛି । ସରକାରୀ ଅନୁଦାନ ପ୍ରାପ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରୁ ଅବସର ପ୍ରାପ୍ତ ଶିକ୍ଷକଙ୍କ ପାଇଁ ଏକକାଳୀନ ୬ ଲକ୍ଷ ଓ କର୍ମଚାରୀଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁଦାନ ଦେବାକୁ କ୍ୟାବିନେଟ ଅନୁମୋଦନ ମିଳିଛି ।

ସେହିପରି ଅବସରପ୍ରାପ୍ତ ଅଧ୍ୟାପକଙ୍କୁ ଏକକାଳୀନ ୧୦ ଲକ୍ଷ ଏବଂ କର୍ମଚାରୀଙ୍କୁ ୫ ଲକ୍ଷ ଟଙ୍କା ମିଳିବ । ଏଥିରେ ୯୫୨ ଅଧ୍ୟାପକ ଓ ୧୦୨୫ କର୍ମଚାରୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ଖର୍ଚ୍ଚ କରିବେ ୧୪୯ କୋଟି ୪୫ ଲକ୍ଷ ଟଙ୍କା ।

ଭୁବନେଶ୍ବର ଚନ୍ଦ୍ରଶେଖରପୁର ମୌଜାରେ ଗୋପାଳ ଭବନ ପାଇଁ ୫ ଶହ ଡିସିମିଲ ଜମି ମାଗଣାରେ ପ୍ରଦାନ କରାଯାଇଛି । ମୁସଲିମ ସମ୍ପ୍ରଦାୟର ପ୍ରାର୍ଥନା ଗୃହ ପାଇଁ ୨୫୦ ଡିସିମିଲ ମାଗଣା ଦିଆଯାଇଛି । ସେହିଭଳି ଢେଙ୍କାନାଳର ବିରାଶାଳରେ ବିଜୁ ପଟ୍ଟନାୟକ ଆଭିଏସନ ସେଣ୍ଟର ପାଇଁ ୫୬୨ କୋଟି ଟଙ୍କା ମଞ୍ଜୁର କରିଛି କ୍ୟାବିନେଟ । ଏଥିରେ ପାଇଲଟ, କ୍ୟବିନ କ୍ରିୁ, ଗ୍ରାଉଣ୍ଡ ଷ୍ଟାପ ଏବଂ ଏରୋପ୍ଲେନ ମରାମତି ପାଇଁ ଟ୍ରେନିଂ ଦିଆଯିବ । ସେହିଭଳି ଭୁବନେଶ୍ବର ଗଣ୍ଡମୁଣ୍ଡାରେ ହେବ ୟୁନିଟି ମଲ । ରାଜ୍ୟର ହସ୍ତଶିଳ୍ପ ଓ ହସ୍ତତନ୍ତ ଉତ୍ପାଦ ସହ ଅନ୍ୟ ରାଜ୍ୟର ସ୍ବତନ୍ତ୍ର ପ୍ରଡକ୍ଟ ଏହି ମଲରେ ବିକ୍ରି କରାଯିବ ।

Leave A Reply

Your email address will not be published.