ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଦେଶରେ ଲାଗୁ ହେଲା ସିଏଏ

0

ନୂଆଦିଲ୍ଲୀ: ସିଏଏକୁ ନେଇ ଜାରି ହେଲା ବିଜ୍ଞପ୍ତି। ୩ ଦେଶର ସଂଖ୍ୟାଲଘୁଙ୍କୁ ମିଳିବ ନାଗରିକତା। ଏନେଇ ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର । ଶରଣାର୍ଥୀମାନଙ୍କୁ ମିଳିପାରିବ ନାଗରିକତା। ୩ ଦେଶ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନ। ଏହି ଦେଶର ୨୦୧୪ ପୂର୍ବରୁ ଶରଣ ନେଇଥିବା ଶରଣାର୍ଥୀଙ୍କୁ ମିଳିବ ନାଗରିକତା।

ଯେଉଁମାନେ ୩୧ ଡିସେମ୍ବର ୨୦୧୪ ପୂର୍ବରୁ ଭାରତରେ ରହିଆସୁଛନ୍ତି ସେମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରିବାକୁ ବ୍ୟବସ୍ଥା ରହିଛି । ଏଥିଲାଗି ଅନଲାଇନ ପୋର୍ଟାଲ ପ୍ରସ୍ତୁତ ହୋଇସାରଛି । ସମ୍ପୂର୍ଣ୍ଣ ଅନଲାଇନ୍ ହେବ ଏହି ପ୍ରକ୍ରିୟା । ଆବେଦକଙ୍କୁ କେବଳ ସେହି ବର୍ଷର ସୂଚନା ଦେବାକୁ ପଡ଼ିବ ଯେଉଁ ବର୍ଷ ସେମାନେ କୌଣସି ଦସ୍ତାବିଜ୍ ବିନା ଭାରତ ମଧ୍ଯକୁ ପ୍ରବେଶ କରିଥିଲେ । ଆବେଦକଙ୍କଠାରୁ କୌଣସି ପ୍ରମାଣପତ୍ର ମଗାଯିବ ନାହିଁ । ସିଏଏ ଆଇନ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶର ସଂଖ୍ଯାଲଘୁ ଅନୁପ୍ରବେଶକାରୀ ଯେଉଁମାନେ ଦୀର୍ଘ ସମୟ ଧରି ଭାରତରେ ବେଆଇନ ଭାବେ ରହି ଆସୁଛନ୍ତି ସେମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରିବାକୁ ସୁଯୋଗ ପ୍ରଦାନ କରିବ ।

ଏହି ଆଇନରେ ଦ୍ବାରା କୌଣସି ଭାରତୀୟ ସେ ଯେକୌଣସି ଧର୍ମର ହୁଅନ୍ତୁ ନା କାହିଁକି ତାଙ୍କର ନାଗରିକତା ରଦ୍ଦ ହେବାର କୌଣସି ବ୍ୟବସ୍ଥା ନାହିଁ । ଡିସେମ୍ବର ୨୦୧୯ରେ ସିଏଏ ବିଧେୟକ ସଂସଦରେ ପାସ ହେବା ପରେ ରାଷ୍ଟ୍ରପତିଙ୍କ ସ୍ଵୀକୃତି ପାଇଥିଲା। ବିଲ୍ ପାରିତ ହେବାର ୪ ବର୍ଷ ପରେ ଏହି ଆଇନ ଲାଗୁ ହୋଇଛି । ଆଗକୁ ସାଧାରଣ ନିର୍ବାଚନ ଘୋଷଣା ହେବାକୁ ଥିବାବେଳେ ଆଜିଠାରୁ ସିଏଏ ଲାଗୁ କରିଛନ୍ତି କେନ୍ଦ୍ର ସରକାର । ନିର୍ବାଚନ ତାରିଖ ଘୋଷଣା ହୋଇଥିଲେ ନିର୍ବାଚନ ଆଚରଣ ବିଧି କଟକଣା ଯୋଗୁଁ ଏହି ଆଇନ ଲାଗୁ ହୋଇପାରିନଥାନ୍ତା । ପୂର୍ବରୁ ମଧ୍ୟ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସାଧାରଣ ନିର୍ବାଚନ ପୂର୍ବରୁ ସିଏଏ ଲାଗୁ କରିବା ନେଇ କହିଥିଲେ ।

Leave A Reply

Your email address will not be published.