ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଦେଶରେ ଲାଗୁ ହେଲା ସିଏଏ

0

ନୂଆଦିଲ୍ଲୀ: ସିଏଏକୁ ନେଇ ଜାରି ହେଲା ବିଜ୍ଞପ୍ତି। ୩ ଦେଶର ସଂଖ୍ୟାଲଘୁଙ୍କୁ ମିଳିବ ନାଗରିକତା। ଏନେଇ ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର । ଶରଣାର୍ଥୀମାନଙ୍କୁ ମିଳିପାରିବ ନାଗରିକତା। ୩ ଦେଶ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନ। ଏହି ଦେଶର ୨୦୧୪ ପୂର୍ବରୁ ଶରଣ ନେଇଥିବା ଶରଣାର୍ଥୀଙ୍କୁ ମିଳିବ ନାଗରିକତା।

ଯେଉଁମାନେ ୩୧ ଡିସେମ୍ବର ୨୦୧୪ ପୂର୍ବରୁ ଭାରତରେ ରହିଆସୁଛନ୍ତି ସେମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରିବାକୁ ବ୍ୟବସ୍ଥା ରହିଛି । ଏଥିଲାଗି ଅନଲାଇନ ପୋର୍ଟାଲ ପ୍ରସ୍ତୁତ ହୋଇସାରଛି । ସମ୍ପୂର୍ଣ୍ଣ ଅନଲାଇନ୍ ହେବ ଏହି ପ୍ରକ୍ରିୟା । ଆବେଦକଙ୍କୁ କେବଳ ସେହି ବର୍ଷର ସୂଚନା ଦେବାକୁ ପଡ଼ିବ ଯେଉଁ ବର୍ଷ ସେମାନେ କୌଣସି ଦସ୍ତାବିଜ୍ ବିନା ଭାରତ ମଧ୍ଯକୁ ପ୍ରବେଶ କରିଥିଲେ । ଆବେଦକଙ୍କଠାରୁ କୌଣସି ପ୍ରମାଣପତ୍ର ମଗାଯିବ ନାହିଁ । ସିଏଏ ଆଇନ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶର ସଂଖ୍ଯାଲଘୁ ଅନୁପ୍ରବେଶକାରୀ ଯେଉଁମାନେ ଦୀର୍ଘ ସମୟ ଧରି ଭାରତରେ ବେଆଇନ ଭାବେ ରହି ଆସୁଛନ୍ତି ସେମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରିବାକୁ ସୁଯୋଗ ପ୍ରଦାନ କରିବ ।

ଏହି ଆଇନରେ ଦ୍ବାରା କୌଣସି ଭାରତୀୟ ସେ ଯେକୌଣସି ଧର୍ମର ହୁଅନ୍ତୁ ନା କାହିଁକି ତାଙ୍କର ନାଗରିକତା ରଦ୍ଦ ହେବାର କୌଣସି ବ୍ୟବସ୍ଥା ନାହିଁ । ଡିସେମ୍ବର ୨୦୧୯ରେ ସିଏଏ ବିଧେୟକ ସଂସଦରେ ପାସ ହେବା ପରେ ରାଷ୍ଟ୍ରପତିଙ୍କ ସ୍ଵୀକୃତି ପାଇଥିଲା। ବିଲ୍ ପାରିତ ହେବାର ୪ ବର୍ଷ ପରେ ଏହି ଆଇନ ଲାଗୁ ହୋଇଛି । ଆଗକୁ ସାଧାରଣ ନିର୍ବାଚନ ଘୋଷଣା ହେବାକୁ ଥିବାବେଳେ ଆଜିଠାରୁ ସିଏଏ ଲାଗୁ କରିଛନ୍ତି କେନ୍ଦ୍ର ସରକାର । ନିର୍ବାଚନ ତାରିଖ ଘୋଷଣା ହୋଇଥିଲେ ନିର୍ବାଚନ ଆଚରଣ ବିଧି କଟକଣା ଯୋଗୁଁ ଏହି ଆଇନ ଲାଗୁ ହୋଇପାରିନଥାନ୍ତା । ପୂର୍ବରୁ ମଧ୍ୟ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସାଧାରଣ ନିର୍ବାଚନ ପୂର୍ବରୁ ସିଏଏ ଲାଗୁ କରିବା ନେଇ କହିଥିଲେ ।

Leave A Reply

Your email address will not be published.