ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା

0

ଭୁବନେଶ୍ବର: ଖରିଫ ଚାଷ ପାଇଁ ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା। ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ୪୫ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ। ସେହିପରି ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଓ ସେମାନଙ୍କୁ କୃଷି ସମ୍ବନ୍ଧୀୟ ବୈଷୟିକ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି।

ସବୁ ଭୂମିହୀନ ଚାଷୀ ପରିବାରକୁ ଚଳିତ ଖରିଫ ଋତୁ ପାଇଁ ଅତିରିକ୍ତ ୨ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ପୂର୍ବରୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଏବେ ଅତିରିକ୍ତ ସହାୟତା ପାଇବା ଦ୍ବାରା ରାଜ୍ୟର ୧୮ ଲକ୍ଷରୁ ଊର୍ଦ୍ଧ୍ବ ଭୂମିହୀନ ଚାଷୀ ପରିବାର ଉପକୃତ ହେବେ । ଏଥିପାଇଁ ସମୁଦାୟ ୩୬୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତ୍ୟେକ ଚାଷୀ ପରିବାର ସମ୍ମାନ ସହ ବଞ୍ଚନ୍ତୁ, ସଶକ୍ତ ହୁଅନ୍ତୁ ଓ ଓଡିଶାର ସମୃଦ୍ଧିରେ ଯୋଗଦାନ ରଖନ୍ତୁ । କାଳିଆ ଯୋଜନାର ସମୟ ଅବଧି ଆଉ ୩ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ୬ ହଜାର ୩୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

ସେହିପରି କାଳିଆ ହିତାଧିକାରୀ ପିଲାମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରୁ କାଳିଆ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ପରିବର୍ତ୍ତନ କରିବେ । ଏହାଦ୍ବାରା NIT, IIT, IIM,  AIIMS, ICAR ପରି ସମ୍ମାନଜନକ ଶିକ୍ଷାନୁଷ୍ଠାନ ସହ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯିବ ।

ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଥିଲେ ଯେ, ୨୦୧୯ ମସିହାରେ ଆରମ୍ଭ ହୋଇଥିବା କାଳିଆ ଯୋଜନାରେ ଇତିମଧ୍ୟରେ ୬୪ଲକ୍ଷ ଚାଷୀ ଭାଇ ସାମିଲ ହୋଇଛନ୍ତି। ଗତ ୫ବର୍ଷ ମଧ୍ରରେ ୧୩୭୯୩କୋଟି ଟଙ୍କାର ସହାୟତା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଭାରତ ବର୍ଷରେ ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ଭୂମିହୀନ ଚାଷୀଙ୍କୁ ଆର୍ଥିକ ସହାୟତା ଦିଆଯାଉଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମୁଖ୍ୟସଚିବ, ଉନ୍ନୟନ କମିଶନର, କୃଷି ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.