ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

କଂଗ୍ରେସ ଦେଲା ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

0

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ କୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଦଳ ୩୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା। ଏଥିରେ ଓଡ଼ିଶାର କେହି ନଥିଲେ। ଏବେ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ମଧ୍ୟ ଓଡ଼ିଶାର କୌଣସି ଲୋକସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ନାଁ ଘୋଷଣା କରି ନାହିଁ। ଦ୍ୱିତୀୟ ପର୍ଯ୍ୟାୟରେ କଂଗ୍ରେସ ୪୩ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।

ତେବେ ଏହି ତାଲିକାରେ ଆସାମ, ମଧ୍ୟପ୍ରଦେଶ ଓ ରାଜସ୍ଥାନର ପ୍ରାର୍ଥୀଙ୍କୁ ମିଶାଇ ମୋଟ ୪୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହି ତାଲିକାରେ ୩ ଜଣ ମୁଖ୍ୟମନ୍ତ୍ରୀଙ୍କ ପୁଅଙ୍କୁ ମଧ୍ୟ ଟିକେଟ ଦିଆଯାଇଛି । ମଧ୍ୟପ୍ରଦେଶର ଛିନ୍ଦୱାଡା ଆସନର ବର୍ତ୍ତମାନର ସାଂସଦ ନକୁଲ ନାଥଙ୍କୁ ମଧ୍ୟ କଂଗ୍ରେସ ପୁଣି ଥରେ ଟିକେଟ ଦେଇଛି ।

ଗତକାଲି ନୂଆଦିଲ୍ଲୀରେ ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଂଗ୍ରେସ ନିର୍ବାଚନ କମିଟି ବୈଠକରେ ପ୍ରାର୍ଥୀଙ୍କ ନାମ ଉପରେ ସହମତି ହୋଇଥିଲା। ଏହି ୪୩ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୩ ଜଣ ଓବିସି ବର୍ଗର। ସେହିପରି ଅନୁସୂଚୀତ ଜାତି ବର୍ଗରୁ ୧୦ ଜଣ ଓ ଅନୁସୂଚୀତ ଉପଜାତି ବର୍ଗରୁ ୯ ଜଣ ପ୍ରାର୍ଥୀ ରହିଛନ୍ତି । କଂଗ୍ରେସ ମଧ୍ୟ ନିଜ ତାଲିକାରେ ଜଣେ ମୁସଲମାନ ଚେହେରାଙ୍କୁ ପ୍ରାର୍ଥୀ କରିଛି

Leave A Reply

Your email address will not be published.