ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଜୟପୁରରେ ଉଦ୍‌ଘାଟିତ ହେଲା ସ୍ପୋର୍ଟସ କମ୍ପ୍ଲେକ୍ସ

0

କୋରାପୁଟ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧ ଏକର ପରିମିତ ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସରେ  ଏକ ପ୍ରାକୃତିକ ଫୁଟବଲ ପଡ଼ିଆ ଓ ସିନ୍ଥେଟିକ୍ ଆଥଲେଟିକ୍ ଟ୍ରାକ୍ ରହିଛି । ୫୦୦ ଦର୍ଶକ ବସିବାର କ୍ଷମତା ରହିଛି । ଏଠାରେ ଅନ୍ତର୍ଜାତୀୟ ମାନର ଉପକରଣ ସହିତ ଏକ ଜିମ୍ନାଷ୍ଟିକ୍ ସେଣ୍ଟର, ଅଲିମ୍ପିକ୍ ଆକାରର ସୁଇମିଂ ପୁଲ୍, ଦୁଇଟି ସିନ୍ଥେଟିକ୍ ଟେନିସ୍ କୋର୍ଟ ଏବଂ ଗୋଟିଏ ବାସ୍କେଟବଲ୍ କୋର୍ଟ ରହିଛି । ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏବଂ କ୍ରୀଡ଼ା ପରିବେଶ ସୃଷ୍ଟି ଦିଗରେ ଓଡ଼ିଶା ନିଜର ପ୍ରୟାସକୁ ଅଧିକ ସୁଦୃଢ଼ କରିବା ସହିତ ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରାଯାଇଛି । ଯେଉଁଥିରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଯୋଗ, ଚେସ୍, ଭାରୋତ୍ତୋଳନ ଓ ଜିମ୍ ଆଦି କ୍ରୀଡ଼ା ପାଇଁ ସୁବିଧା ରହିଛି । ଗାଁଠାରୁ ସହର ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍ଥାନରେ ବୃତ୍ତିଗତ କ୍ରୀଡାର ବିକାଶ ପାଇଁ ୫-ଟିଉପକ୍ରମ ଅଧୀନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରାଯାଇଛି ।

ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଯୁବ ପ୍ରତିଭାମାନଙ୍କୁ କ୍ରୀଡା କ୍ଷେତ୍ରରେ ଉତ୍ସାହିତ କରିବ । ଦକ୍ଷିଣ ଓଡିଶାରେ କ୍ରୀଡାର ବିକାଶ ପାଇଁ ଏହି କମ୍ପ୍ଲେକ୍ସ ପ୍ରମୁଖ ଭୂମିକା ଗ୍ରହଣ କରିବ । ଏକ ଦକ୍ଷ ଯୁବ ସମାଜ ଗଠନ ପାଇଁ ଆମେ କ୍ରୀଡା ଉପରେ ଅଧିକ ଗୁରୁତ୍ୱ ଦେଉଛୁ ବୋଲି କହିଛନ୍ତି ମୁଖ୍ଯମନ୍ତ୍ରୀ । ଏହାଦ୍ୱାରା ଓଡିଶା ଆଜି ସାରା ବିଶ୍ୱରେ କ୍ରୀଡା କ୍ଷେତ୍ରରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି । କ୍ରୀଡା କ୍ଷେତ୍ରରେ ଆଜି ସବୁ ରାଜ୍ୟ ଓଡିଶା ମଡେଲକୁ ଅନୁସରଣ କରୁଛନ୍ତି । ଏହି ସବୁ ଇନ୍‌ଡୋର ଷ୍ଟାଡିୟମ ରାଜ୍ୟରେ କ୍ରୀଡା ସଂସ୍କୃତିକୁ ଆହୁରି ଆଗକୁ ନେବ । ବିଶେଷ କରି ବୃତ୍ତିଗତ କ୍ରୀଡା କ୍ଷେତ୍ରରେ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ଗାଁ ଓ ଛୋଟ ସହରର ପିଲାମାନେ ବହୁ ସଂଖ୍ୟାରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ପାରିବେ ଏବଂ ଓଡ଼ିଶାରେ କ୍ରୀଡ଼ା ସଂସ୍କୃତିର ବିକାଶ ପାଇଁ ଆମର ପ୍ରୟାସ ଗୁଡିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ଏହି ଅବସରରେ ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ କହିଥିଲେ ଯେ, ଆଜି ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିବା ସବୁ ସ୍ପୋର୍ଟସ୍ କମ୍ପ୍ଲେକ୍ସ ଗୁଡିକ ଓଡିଶାବାସୀଙ୍କ ଟଙ୍କାରେ ତିଆରି ହୋଇଛି । ଏହା ରାଜ୍ୟବାସୀଙ୍କ ସମ୍ପତ୍ତି । ଏଗୁଡିକୁ ସଠିକ୍‌ ଭାବେ ଉପଯୋଗ କରିବେ ଏବଂ ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

Leave A Reply

Your email address will not be published.