ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଜୟପୁରରେ ଉଦ୍‌ଘାଟିତ ହେଲା ସ୍ପୋର୍ଟସ କମ୍ପ୍ଲେକ୍ସ

0

କୋରାପୁଟ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧ ଏକର ପରିମିତ ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସରେ  ଏକ ପ୍ରାକୃତିକ ଫୁଟବଲ ପଡ଼ିଆ ଓ ସିନ୍ଥେଟିକ୍ ଆଥଲେଟିକ୍ ଟ୍ରାକ୍ ରହିଛି । ୫୦୦ ଦର୍ଶକ ବସିବାର କ୍ଷମତା ରହିଛି । ଏଠାରେ ଅନ୍ତର୍ଜାତୀୟ ମାନର ଉପକରଣ ସହିତ ଏକ ଜିମ୍ନାଷ୍ଟିକ୍ ସେଣ୍ଟର, ଅଲିମ୍ପିକ୍ ଆକାରର ସୁଇମିଂ ପୁଲ୍, ଦୁଇଟି ସିନ୍ଥେଟିକ୍ ଟେନିସ୍ କୋର୍ଟ ଏବଂ ଗୋଟିଏ ବାସ୍କେଟବଲ୍ କୋର୍ଟ ରହିଛି । ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏବଂ କ୍ରୀଡ଼ା ପରିବେଶ ସୃଷ୍ଟି ଦିଗରେ ଓଡ଼ିଶା ନିଜର ପ୍ରୟାସକୁ ଅଧିକ ସୁଦୃଢ଼ କରିବା ସହିତ ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରାଯାଇଛି । ଯେଉଁଥିରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଯୋଗ, ଚେସ୍, ଭାରୋତ୍ତୋଳନ ଓ ଜିମ୍ ଆଦି କ୍ରୀଡ଼ା ପାଇଁ ସୁବିଧା ରହିଛି । ଗାଁଠାରୁ ସହର ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍ଥାନରେ ବୃତ୍ତିଗତ କ୍ରୀଡାର ବିକାଶ ପାଇଁ ୫-ଟିଉପକ୍ରମ ଅଧୀନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରାଯାଇଛି ।

ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଯୁବ ପ୍ରତିଭାମାନଙ୍କୁ କ୍ରୀଡା କ୍ଷେତ୍ରରେ ଉତ୍ସାହିତ କରିବ । ଦକ୍ଷିଣ ଓଡିଶାରେ କ୍ରୀଡାର ବିକାଶ ପାଇଁ ଏହି କମ୍ପ୍ଲେକ୍ସ ପ୍ରମୁଖ ଭୂମିକା ଗ୍ରହଣ କରିବ । ଏକ ଦକ୍ଷ ଯୁବ ସମାଜ ଗଠନ ପାଇଁ ଆମେ କ୍ରୀଡା ଉପରେ ଅଧିକ ଗୁରୁତ୍ୱ ଦେଉଛୁ ବୋଲି କହିଛନ୍ତି ମୁଖ୍ଯମନ୍ତ୍ରୀ । ଏହାଦ୍ୱାରା ଓଡିଶା ଆଜି ସାରା ବିଶ୍ୱରେ କ୍ରୀଡା କ୍ଷେତ୍ରରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି । କ୍ରୀଡା କ୍ଷେତ୍ରରେ ଆଜି ସବୁ ରାଜ୍ୟ ଓଡିଶା ମଡେଲକୁ ଅନୁସରଣ କରୁଛନ୍ତି । ଏହି ସବୁ ଇନ୍‌ଡୋର ଷ୍ଟାଡିୟମ ରାଜ୍ୟରେ କ୍ରୀଡା ସଂସ୍କୃତିକୁ ଆହୁରି ଆଗକୁ ନେବ । ବିଶେଷ କରି ବୃତ୍ତିଗତ କ୍ରୀଡା କ୍ଷେତ୍ରରେ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ଗାଁ ଓ ଛୋଟ ସହରର ପିଲାମାନେ ବହୁ ସଂଖ୍ୟାରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ପାରିବେ ଏବଂ ଓଡ଼ିଶାରେ କ୍ରୀଡ଼ା ସଂସ୍କୃତିର ବିକାଶ ପାଇଁ ଆମର ପ୍ରୟାସ ଗୁଡିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ଏହି ଅବସରରେ ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ କହିଥିଲେ ଯେ, ଆଜି ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିବା ସବୁ ସ୍ପୋର୍ଟସ୍ କମ୍ପ୍ଲେକ୍ସ ଗୁଡିକ ଓଡିଶାବାସୀଙ୍କ ଟଙ୍କାରେ ତିଆରି ହୋଇଛି । ଏହା ରାଜ୍ୟବାସୀଙ୍କ ସମ୍ପତ୍ତି । ଏଗୁଡିକୁ ସଠିକ୍‌ ଭାବେ ଉପଯୋଗ କରିବେ ଏବଂ ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

Leave A Reply

Your email address will not be published.