ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଶଙ୍ଖ ଛାଡି ପଦ୍ମ ଧରିଲେ ଅରିନ୍ଦମ

0

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ ଶଙ୍ଖ ଛାଡ଼ି ପଦ୍ମ ଧରିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ଲୋକପ୍ରିୟ ଅଭିନେତା ଅରିନ୍ଦମ ରାୟ। ସେ ଆଜି ବିଜେଡିର ସଭ୍ୟ ପଦରୁ ଇସ୍ତଫା ଦେଲା ପରେ ବିଜେପିରେ ସାମିଲ ହୋଇଛନ୍ତି। ସେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ନେଇ ଚିଠି ଲେଖିଥିଲେ। ଚିଠି ଲେଖିବାର କିଛି ସମୟ ପରେ ସେ ବିଜେପିରେ ଯୋଗ ଦେଇଛନ୍ତି।

ତେବେ ଅରିନ୍ଦମ ଆଜି ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ଭୁବନେଶ୍ୱର ସ୍ଥିତି ରାଜ୍ୟ ବିଜେପି ମୁଖ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଥିଲେ। ମନମୋହନ ସାମଲ ଆନୁଷ୍ଠାନିକ ଭାବେ ଶ୍ରୀ ରାୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ।

ଉଲ୍ଲେଖଯୋଗ୍ୟ, ଶ୍ରୀ ରାୟ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦ ଓ ସାଧାରଣ ସମ୍ପାଦକ ପଦରୁ ଇସ୍ତଫା ଦେଇଥିଲେ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କିମ୍ବା ନବୀନଙ୍କ ଦ୍ୱାରା ନିଯୁକ୍ତ ସଦସ୍ୟମାନେ ତାଙ୍କ କାର୍ଯ୍ୟକୁ ସ୍ୱୀକୃତି ଦେଇନଥିବା ସେ ଅଭିଯୋଗ କରିଥିଲେ । ଏପରିକି ଗତ କିଛି ଦିନ ଧରି ନବୀନଙ୍କୁ ସାକ୍ଷାତ କରିବାକୁ ଚାହିଁଥିଲେ ମଧ୍ୟ ତାଙ୍କୁ ସେହି ସୁଯୋଗ ମିଳିନଥିଲା ବୋଲି କହିଥିଲେ। । ଏଣୁ ଦଳରେ ତାଙ୍କର ସ୍ଥାନ କିଛି ନାହିଁ ବୋଲି ଅନୁଭବ କରିବା ପରେ ସେ ବିଜେଡିର ପ୍ରାଥମିକ ସଦସ୍ୟତା ଓ ସାଧାରଣ ସମ୍ପାଦକ ପଦରୁ ଇସ୍ତଫା ଦେଇଥିବା କହିଥିଲେ। ଏହା ସହିତ ନବୀନ ତାଙ୍କର ସ୍ଥିତିକୁ ବୁଝିବେ ବୋଲି ସେ ଆଶାବାଦୀ ଥିବା ଓ ତାଙ୍କ ପ୍ରତି କୌଣସି ଦ୍ୱେଷ ବା କ୍ରୋଧ ନରଖିବାକୁ ଅନୁରୋଧ କରିଥିଲେ ।

Leave A Reply

Your email address will not be published.