ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ସାରା ଶର୍ମା ହେଲେ ସିବିଆଇ ଡିଆଇଜି

0

ଭୁବନେଶ୍ବର: ବରିଷ୍ଠ ଆଇପିଏସ ଅଧିକାରୀ ସାରା ଶର୍ମାଙ୍କୁ ସିବିଆଇ ଡିଆଇଜି ଭାବେ ନିଯୁକ୍ତି ମିଳିଛି। ୨୦୧୦ ବ୍ଯାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ଶ୍ରୀମତୀ ଶର୍ମାଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋରେ ୫ ବର୍ଷ ପାଇଁ ଡେପୁଟି ଇନ୍ସପେକ୍ଟର ଜେନେରାଲ ଭାବେ ନିଯୁକ୍ତି ଦିଆଯାଇଛି। ଗୃହ ମନ୍ତ୍ରାଳୟ ଓଡ଼ିଶାର ମୁଖ୍ୟ ଶାସନ ସଚିବଙ୍କୁ ଏହି ଅନୁମୋଦନ ପ୍ରଦାନ କରି ସାରା ଶର୍ମାଙ୍କୁ କେନ୍ଦ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିବାକୁ ତୁରନ୍ତ ରିଲିଫ୍ ଦେବାକୁ ଅନୁରୋଧ କରିଛି। ମାର୍ଚ୍ଚ ୧୨ ତାରିଖର ଏହି ସରକାରୀ ଚିଠିରେ ତାଙ୍କ କେନ୍ଦ୍ରୀୟ ଡେପୁଟେସନକୁ ଆନୁଷ୍ଠାନିକ ରୂପ ଦିଆଯାଇଛି।

ସୂଚନା ଅନୁଯାୟୀ ସାରା ଶର୍ମାଙ୍କୁ ୫ ବର୍ଷ ପାଇଁ ଡିଆଇଜି ପଦବିରେ ନିଯୁକ୍ତି ମିଳିଛି। ଏଥି ସହିତ ଅନ୍ୟ ଦୁଇଜଣ ବରିଷ୍ଠ ଅଧିକାରୀଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି, ଯେଉଁଥିରେ ଡିଆଇଜି ପି ମୁରୁଗନଙ୍କ କାର୍ଯ୍ୟ ଅବଧି ୧୫ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ବଢାଯାଇଛି।  ଅନ୍ୟପକ୍ଷେ କେନ୍ଦ୍ରୀୟ ଏଜେନ୍ସିର ସିବିଆଇର ପୁଲିସ ଅଧ୍ୟକ୍ଷ ବିଧ୍ରୁତ ବିକାଶଙ୍କ କାର୍ଯ୍ୟ ଅବଧି ମଧ୍ୟ ୨୦୨୫ ଫେବ୍ରୁଆରି ୧୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

Leave A Reply

Your email address will not be published.