ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା

0

ନୂଆଦିଲ୍ଲୀ: ଆଜି ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି ପର୍ଯ୍ୟାୟରେ ଭୋଟିଂ ହେବ। ପ୍ରଥମ ପର୍ଯ୍ୟାୟ ଭୋଟି ଏପ୍ରିଲ ୧୯ରୁ ଆରମ୍ଭ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭, ୪ର୍ଥ ପର୍ଯ୍ୟାୟ ଭୋଟ ମେ’ ୧୩, ୫ମ ପର୍ଯ୍ୟାୟ ଭୋଟ ୨୦, ୬ଷ୍ଠ ପର୍ଯ୍ୟାୟ ଭୋଟ ମେ’ ୨୫ ଓ ଶେଷ ପର୍ଯ୍ୟାୟ ଭୋଟ ଜୁନ ୧ରେ ଅନୁଷ୍ଠିତ। 

ସୂଚନାଯୋଗ୍ୟ, ଆଜି ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟ ଲୋକସଭା ନିର୍ବାଚନ ସହ ସମାନ୍ତରଳ ଭାବେ ଅନୁଷ୍ଠିତ ହେବ। ସେହିପରି ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୨୬ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବ।

ତେବେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ। ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ। ମେ’୨୦ ରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ମେ’ ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ୍। ଜୁନ୍ ୧ରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ । ଜୁନ୍ ୪ରେ ପ୍ରକାଶ ପାଇବ ଫଳାଫଳ।

ଦେଶର ପ୍ରାୟ ୯୭ କୋଟି ପଞ୍ଜୀକୃତ ଭୋଟର ଇଭିଏମ ଦବାଇ ପରବର୍ତ୍ତୀ ସରକାର ଗଠନ ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୦.୫ ଲକ୍ଷ ଅଧିକ ବୁଥ ନିର୍ବାଚନ କମିଶନ ପକ୍ଷରୁ ସମଗ୍ର ଦେଶରେ ତିଆରି କରାଯିବ। ନିର୍ବାଚନକୁ ସୂଚାରରୂପେ ଶେଷ କରିବା ପାଇଁ ୧.୫ କୋଟି ପୁଲିଂ ଅଫିସର ନିଯୁକ୍ତ ହେବେ। ୫୫ ଲକ୍ଷ ଇଭିଏମ ଦ୍ୱାରା ଲୋକଙ୍କ ମତାଧିକାର ଗ୍ରହଣ କରାଯିବ। ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବ। ଏନେଇ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି।

ଜମ୍ମୁ-କଶ୍ମୀରବାସୀ ମେ’ ୧୭ରେ ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଦେବେ। ୨୦୧୪ରେ ଶେଷଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପିଡିପି ଓ ବିଜେପି ମିଳିତ ଭାବେ ଏଠାରେ ସରକାର ଗଠନ କରିଥିଲେ। କିନ୍ତୁ ୨୦୧୭ରେ ବିଜେପି ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର କରି ନେବାରୁ ମେଣ୍ଟ ଭାଙ୍ଗି ଯାଇଥିଲା। ସେବେଠାରୁ ଆଉ ଜମ୍ମୁ-କଶ୍ମୀରରେ ମତଦାନ ହୋଇ ନଥିଲା।

Leave A Reply

Your email address will not be published.