ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

୧୪ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର

0

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ ।

ଉଲ୍ଲେଖଯୋଗ୍ୟ, ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ମହାନଦୀରେ ତିଆରି ହେବ ଆଉ ଏକ ଉଚ୍ଚ ସେତୁ ନିର୍ମାଣ ପାଇଁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ସେହିପରି ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡି-ସାହୁଖେତ ରାସ୍ତାରେ ହେବ ସେତୁ ନିର୍ମାଣ । ସେତୁ ନିର୍ମାଣରେ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବ ଆଉ ଏହା ୩ ବର୍ଷରେ ଶେଷ ହେବ । ସେତୁ ନିର୍ମାଣ ଦ୍ୱାରା କଟକ-ଚାନ୍ଦବାଲି ଓ କଟକ-ପାରାଦୀପ ରାସ୍ତାରେ ସହଜ ହେବ ଯାତାୟାତ ।

ଅନ୍ୟପଟେ ଚନ୍ଦ୍ରଶେଖରପୁରରେ ହେବ ଯାଦବ ଭବନ। ଏଥିପାଇଁ ରାଜ୍ୟ ସରକାର ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ଯୋଗାଇଦେବେ। ଜଳସେଚିତ ଅଂଚଳରେ ପୁରୁଣା କେନାଲର ହେବ ନବୀକରଣ। ଚାଉଳିଆଗଂଜରେ ହେବ ଡିଏଭି ଏସସିବି ମେଡିକାଲ ପବ୍ଲିକ୍ ସ୍କୁଲ।

Leave A Reply

Your email address will not be published.