ପ୍ରମୁଖ ଖବର

ବିଜେପି ଛାଡ଼ି ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି ଦେବାଶିଷ ନାୟକ
ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ୩ ଦିନିଆ ପୁଲିସ ହେପାଜତରେ ଗଲେ କଂଗ୍ରେସ ନେତା ଅରୁଣ ରେଡ୍ଡୀ
ଆସନ୍ତାକାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଆୟୋଜିତ ସଭାରେ ଉଦବୋଧନ ଦେବେ
ନବୀନଙ୍କ ୪ ଜିଲ୍ଲା ଗସ୍ତ: ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ପରେ ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ନିର୍ବାଚନ ଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ ନବୀନ
ଟିକେଟ ଫେରାଇ ଦେଲେ ପୁରୀ ଲୋକସଭା ପ୍ରାର୍ଥୀ; ମେଲରେ ଏଆଇସିସି କୁ ଲେଖିଲେ କଡ଼ା କଥା,ନିର୍ବାଚନ ଲଢ଼ିବା ପାଇଁ ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇ ଦେଇଥିବା ସେ ମେଲ ଜରିଆରେ ଏଆଇସିସିକୁ ଜଣାଇଛନ୍ତି

କେବେ ଦେବେ ଭୋଟ୍ ? ଆସନ୍ତୁ ଜାଣିବା

0
  • ଓଡ଼ିଶାରେ ମେ’ ୧୩, ୨୦, ୨୫ ଓ ଜୁନ୍‌ ୧ରେ ଭୋଟ ଗ୍ରହଣ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସାରା ଦେଶରେ ମୋଟ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ଓ ଜୁନ ୧ରେ ୭ମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ଜୁନ ୪ରେ ଭୋଟ ଗଣତି ହେବ। କିନ୍ତୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ।

ତେବେ ଓଡିଶାରେ ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ଭୋଟ ଗ୍ରହଣ ହେବ। ତେବେ ଆପଣଙ୍କ ଅଞ୍ଚଳରେ କେଉଁ ପର୍ଯ୍ୟାୟରେ ଭୋଟଗ୍ରହଣ ହେବ ସେନେଇ ଜାଣନ୍ତୁ।

ପ୍ରଥମ ପର୍ଯ୍ୟାୟ ମେ’ ୧୩ରେ ରାଜ୍ୟର ୪ଟି ଲୋକସଭା ଆସନ ପାଇଁ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ୍‌ ଗ୍ରହଣ ହେବ। ଏହି ଦିନ ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି ଓ ଚିତ୍ରକୋଣ୍ଡା ବିଧାନସଭା ଆସନ ପାଇଁ  ଭୋଟ୍ ଗ୍ରହଣ କରାଯିବ।

ଦ୍ବିତୀୟ ପର୍ଯ୍ୟାୟରେ ମେ’ ୨୦ରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯିବ। ଏହି ଦିନ ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା,ସୁନ୍ଦରଗଡ଼,ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି ଓ ହିଂଜିଳି ବିଧାନସଭା ଆସନରେ ହେବ ଭୋଟ।

ସେହିପରି ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ମେ’ ୨୫ ତାରିଖରେ ହେବ। ଏହି ଦିନ କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେଉଁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡମ୍ବା, ବାଙ୍କୀ, ଆଠଗଡ, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର ମଧ୍ୟ, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡରେ ୨୫ ତାରିଖରେ ମତଦାନ ହେବ।

ଶେଷ ଅର୍ଥାତ ଚତୁର୍ଥ ପର୍ଯ୍ୟାୟ ପାଇଁ ମତଦାନ ଜୁନ ୧ରେ ହେବ। ଏହିଦିନ ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା,ମୋରଡା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡାରେ ମତଦାନ ହେବ।

Leave A Reply

Your email address will not be published.