ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ମନୀଦୀପା ସର୍ଖେଲ ବିଜେଡିରେ ସାମିଲ

0

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ପାରାଦୀପର ଟାଣୁଆ ଶ୍ରମିକ ନେତା ତଥା କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ବାପି ସର୍ଖେଲଙ୍କ ପତ୍ନୀ ମନୀଦୀପା ସର୍ଖେଲ। ଦଳୀୟ କାର୍ଯ୍ୟାଳୟରେ ଅୟୋଜିତ ମିଶ୍ରଣ ପର୍ବରେ ବିଜେଡି ସାଂସଦ ମାନସ ମଙ୍ଗରାଜ ଓ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ ଉପସ୍ଥିତିରେ ସେ ଓ ତାଙ୍କର ସମର୍ଥକ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଶୈଳୀରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି ମନୀଦୀପା ସର୍ଖେଲ ।

ସେମାନଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ  ସ୍ୱାଗତ କରିଛନ୍ତି ସାଂସଦ ମାନସ ମଙ୍ଗରାଜ। ତେବେ ବିଜେଡିରେ ସାମିଲ ହେବା ଅବସରରେ ମୋନିଦୀପା କହିଛନ୍ତି,  ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଆଦର୍ଶ ମୁଖ୍ୟମନ୍ତ୍ରୀ । ତାଙ୍କ କାର୍ଯ୍ୟଧାରା ଓ ନିର୍ମଳ ଭାବମୂର୍ତ୍ତିରେ ଅନୁପ୍ରାଣୀତ ହୋଇ ବିଜେଡିରେ ମିଶିଛି । ଏଥିପାଇଁ ସାଂସଦ ମାନସ ମଙ୍ଗରାଜ ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.