ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ମନୀଦୀପା ସର୍ଖେଲ ବିଜେଡିରେ ସାମିଲ

0

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ପାରାଦୀପର ଟାଣୁଆ ଶ୍ରମିକ ନେତା ତଥା କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ବାପି ସର୍ଖେଲଙ୍କ ପତ୍ନୀ ମନୀଦୀପା ସର୍ଖେଲ। ଦଳୀୟ କାର୍ଯ୍ୟାଳୟରେ ଅୟୋଜିତ ମିଶ୍ରଣ ପର୍ବରେ ବିଜେଡି ସାଂସଦ ମାନସ ମଙ୍ଗରାଜ ଓ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ ଉପସ୍ଥିତିରେ ସେ ଓ ତାଙ୍କର ସମର୍ଥକ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଶୈଳୀରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି ମନୀଦୀପା ସର୍ଖେଲ ।

ସେମାନଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ  ସ୍ୱାଗତ କରିଛନ୍ତି ସାଂସଦ ମାନସ ମଙ୍ଗରାଜ। ତେବେ ବିଜେଡିରେ ସାମିଲ ହେବା ଅବସରରେ ମୋନିଦୀପା କହିଛନ୍ତି,  ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଆଦର୍ଶ ମୁଖ୍ୟମନ୍ତ୍ରୀ । ତାଙ୍କ କାର୍ଯ୍ୟଧାରା ଓ ନିର୍ମଳ ଭାବମୂର୍ତ୍ତିରେ ଅନୁପ୍ରାଣୀତ ହୋଇ ବିଜେଡିରେ ମିଶିଛି । ଏଥିପାଇଁ ସାଂସଦ ମାନସ ମଙ୍ଗରାଜ ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.