ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଓଡ଼ିଶା ସ୍କିଲ୍ ପ୍ରତିଯୋଗିତାରେ ସୋଆ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ କୃତିତ୍ବ

0

ଭୁବନେଶ୍ୱର, ୧୮/୦୩: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି । ମାର୍ଚ୍ଚ ୧୨ ରୁ ୧୫ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଏଠାରେ ଆୟୋଜିତ ହୋଇଥିଲା । ହୋଟେଲ ମ୍ୟାନେଜମେଂଟର ୫ଟି ସ୍କିଲ୍ ଯେପରିକି ହୋଟେଲ୍ ରିସେପ୍ସନ୍‌, ରେଷ୍ଟୁରାଂଟ ସର୍ଭିସ୍‌, କୁକିଙ୍ଗ୍‌, ବେକରି, ପାଟିସେରୀ ଓ କନ୍‌ଫେକ୍ସନାରୀକୁ ନେଇ ଏହି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ।

ଏସ୍‌ଏଚ୍‌ଏମ୍‌ର ବ୍ୟାଚଲର ଅଫ୍ ହୋଟେଲ ମ୍ୟାନେଜମେଂଟ ଆଣ୍ଡ କ୍ୟାଟରିଙ୍ଗ ଟେକ୍ନୋଲୋଜି (ବିଏଚ୍‌ଏମ୍‌ସିଟି) ବିଭାଗର ପ୍ରଥମ ବର୍ଷ ଛାତ୍ର ଶ୍ରୀ ସଂକେତ କୁମାର ମାଝି କୁକିଙ୍ଗ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିବା ବେଳେ ବିଏଚ୍‌ଏମ୍‌ସିଟି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ଶ୍ରୀ ରିଜ୍‌ୱାନୁଲ୍ ଖାନ୍ରେ ଷ୍ଟୁରାଂଟ ସର୍ଭିସ୍ ପ୍ରତିଯୋଗିତାରେ କାଂସ୍ୟ ପଦକ ହାସଲ କରିଥିଲେ ।

ବିଜେତା ମାନଙ୍କୁ ୫ ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ୍ ପୁରସ୍କୃତ କରିଥିଲେ । ପଦକ ହାସଲ କରିଥିବା ଦୁଇ ଛାତ୍ର ଶନିବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସାକ୍ଷାତ କରିଥିବା ବେଳେ ପ୍ରଫେସର ନାୟକ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ ।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନିଉପସ୍ଥିତ ଥିଲେ ।

Leave A Reply

Your email address will not be published.