ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଜାତୀୟ ମିନିଗଲ୍‌ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ

0

ଭୁବନେଶ୍ୱର, ୧୮/୦୩: ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍‌ସିପ୍‌ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି ।

ଚଳିତ ମାର୍ଚ୍ଚ ୩ ତାରିଖ ରୁ ୬ ତାରିଖ ପର୍ଯ୍ୟନ୍ତ ନାଗପୁରଠାରେ ଜାତୀୟ ପୁରୁଷ ଓ ମହିଳା ମିନି ଗଲ୍ଫ ଚାମ୍ପିୟନ୍‌ସିପ୍ ଆୟୋଜିତ ହୋଇଥିବା ବେଳେ ଏଥିରେ (ସୋଆ) ର ଛଅ ଜଣ ଛାତ୍ରଛାତ୍ରୀ ଓ ଜଣେ ଫ୍ୟାକଲ୍ଟି ଉଭୟ ପୁରୁଷ ଓ ମହିଳା ଟିମ୍‌ରେ ଭାଗ ନେବା ନିମନ୍ତେ ମନୋନୀତ ହୋଇଥିଲେ । ୧୮ଟି ରାଜ୍ୟ ଏହି
ପ୍ରତିଯୋଗିତାରେ ଭାଗ ନେଇଥିବା ବେଳେ ଓଡ଼ିଶାରୁ ୨୪ ଜଣ ଖେଳାଳି ଏହି ଚାମ୍ପିୟନ୍‌ସିପ୍‌ରେ ସାମିଲ ହୋଇଥିଲେ । ପ୍ରତିଯୋଗିତାରେ ଓଡିଶା ମୋଟ୍ ୨୨ଟି ପଦକ ହାସଲ କରିଥିଲା । ସେଥିମଧ୍ୟରୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟି ୪ଟି ସ୍ୱର୍ଣ୍ଣ ଓ ୨ଟି କାଂସ୍ୟ ପଦକ ସହ ମୋଟ
୬ଟି ପଦକ ହାସଲ କରିଛନ୍ତି ।

ଏହି କୃତି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର କମ୍ପ୍ୟୁଟର ସାଇନସ୍ ଆଣ୍ଡ ଇଞ୍ଜିନିୟରିଂ ବିଭାଗର ପ୍ରଥମ ବର୍ଷ ଛାତ୍ର ଭିନୀତ ଦାସ , ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଦ୍ୱିତୀୟ ବର୍ଷ ଛାତ୍ର ରୋମିତ ରୋଶନ୍ ପ୍ରଧାନ ଏବଂ ଫ୍ୟାକଲ୍ଟି ଅଫ୍ଲି ଗାଲ୍ ଷ୍ଟଡିଜ୍ ର ତୃତୀୟ ବର୍ଷ ଛାତ୍ରୀ ଆଦ୍ୟାଶା ମିଶ୍ର ଓ ଅମ୍ରିତା ଦାସ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେହିପରି ସୋଆ ପରିଚାଳିତ ଆଇଟିଇଆରର ଇଲେକ୍ଟ୍ରିକାଲ୍‌, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଇଞ୍ଜିନିୟରିଂ ବିଭାଗର ଆସିଷ୍ଟାଂଟ୍ ପ୍ରଫେସର ସ୍ମୁତିରେଖା ପଟ୍ଟନାୟକ ମଧ୍ୟ ମହିଳା ଦଳ ନିମନ୍ତେ ଖେଳି କାଂସ୍ୟ ପଦକ ହାସଲ କରିଥିବା ବେଳେ ରୋମିତ ରୋଶନ ପ୍ରଧାନ ମଧ୍ୟ ଆଉ ଏକ କାଂସ୍ୟ ପଦକ ଲାଭ କରିଥିଲେ ।

ଏହି କୃତି ଖେଳାଳି ମାନେ ସୋମବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କୁ ସାକ୍ଷାତ କରିଥିବାବେଳେ ସେ ଏହି ଚାମ୍ପିଅନସିପ୍‌ରେ ଭାଗ ନେଇଥିବା ଖେଳାଳିମାନଙ୍କର ସଫଳତା ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ଏହି ଅବସରରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ସ୍ପୋର୍ଟ୍ସ ଅଫିସର ଶ୍ରୀମତି ସୁନୀତା ବର୍ମା ଉପସ୍ଥିତ ଥିଲେ । ଓଡିଶା ମିନି ଗଲ୍ଫ ଆସୋସିଏସ୍‌ନ୍‌ର ସଚିବ ବିକାଶ ପଟ୍ଟନାୟକଙ୍କ ତ୍ୱତାବଧାନରେ ଏହି ଦଳ ପ୍ରତିଯୋଗିତାରେ ଭାଗ ନେଇଥିଲା ।

Leave A Reply

Your email address will not be published.