ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

0

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯାଜପୁର, କଟକ ଓ କନ୍ଧମାଳକୁ ବାଦ୍ ଦେଇ ଆଉ ୧୮ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ବିଜେପିର ଟିକେଟ୍‌ ଘୋଷଣା ହେଲା ପରେ ଦଳୀୟ ମହଲରେ ବେଶ୍‌ ତତ୍ପରତା ପ୍ରକାଶ ପାଇଛି।

୨୦୧୪ରେ କେନ୍ଦ୍ରରେ ବିଜେପି କ୍ଷମତାକୁ ଆସିଲା ପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦବ୍‌ଦବା ଦିଲ୍ଲୀ ଦରବାରରେ ରହିଥିଲା। ସେ ଓଡ଼ିଶା ବିଜେପିର ଚେହେରା ପାଲଟିଥିଲେ। ଏଥର ସେ ପ୍ରତ୍ୟକ୍ଷ ନିର୍ବାଚନକୁ ଓହ୍ଲାଇଛନ୍ତି। ସମ୍ବଲପୁର ସଂସଦୀୟ କ୍ଷେତ୍ରରୁ ଦଳ ତାଙ୍କୁ ପ୍ରାର୍ଥୀ କରିଛି। ବିଜେପିର ୪ ଜଣ ସାଂସଦ ଟିକେଟ୍‌ ବଜାୟ ରଖିଛନ୍ତି। ସେମାନେ ହେଲେ ସୁନ୍ଦରଗଡ଼ର ଜୁଏଲ୍‌ ଓରାମ, ଭୁବନେଶ୍ବରର ଅପରାଜିତା ଷଡ଼ଙ୍ଗୀ, ବଲାଙ୍ଗୀରର ସଙ୍ଗୀତା ସିଂହଦେଓ ଓ ବାଲେଶ୍ବରର ପ୍ରତାପ ଷଡ଼ଙ୍ଗୀ। ଏହି ଚାରି ଜଣଙ୍କ ଉପରେ ଦଳ ପୁଣି ଆସ୍ଥା ସ୍ଥାପନ କରିଛି।

ତେବେ ବିଜେପିର ୪ ସାଂସଦଙ୍କୁ ଟିକେଟ୍ ମିଳିନାହିଁ। ଏପରିକି କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କର ମଧ୍ଯ ଟିକେଟ୍ କଟିଛି । ଓଡ଼ିଶାର ମୋଟ ୨୧ ଲୋକସଭା ଆସନରୁ ପ୍ରଥମ ପର୍ଯ୍ୟାୟରେ ଯାଜପୁର, କଟକ ଓ କନ୍ଧମାଳ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ ବିଜେପି । ବରଗଡ଼ ସାଂସଦ ସୁରେଶ ପୂଜାରୀ, ସମ୍ବଲପୁର ସାଂସଦ ନୀତିଶ ଗଙ୍ଗଦେବ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଟିକେଟରୁ ବାଦ ପଡିଛନ୍ତି । ସେହିପରି ଆଉ ଦୁଇଟି ଆସନରେ ମଧ୍ଯ ଦଳ ପ୍ରାର୍ଥୀ ବଦଳାଇଛି । କୋରାପୁଟ ଓ ବ୍ରହ୍ମପୁର ଆସନରେ ନୂଆ ପ୍ରାର୍ଥୀ ଦେଇଛି ଭାରତୀୟ ଜନତା ପାର୍ଟି ।

Leave A Reply

Your email address will not be published.