ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଜେଡି ଜାରି କଲା ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା

0

ଭୁବନେଶ୍ବର: ଆଜି ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଥିଲା ବେଳେ, ଦ୍ୱିତୀୟ ପର୍ଯ୍ୟାୟରେ ୬ ଜଣଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମୋଟ ବିଜେଡି ୧୫ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି। ତେବେ ଦ୍ୱିତୀୟ ପର୍ଯ୍ୟାୟରେ ଯେଉଁ ୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି,ତା’ ମଧ୍ୟରେ ପୁରୀ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କଟକ ଓ ଯାଜପୁର ରହିଛି।

ପୁରୀ ଲୋକସଭା ଆସନ ପାଇଁ ବିଜେଡି ଅରୂପ ପଟ୍ଟନାୟକଙ୍କ ନାଁ ଘୋଷଣା କରିଥିବା ବେଳେ ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଓ ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ପ୍ରାର୍ଥୀ କରାଯାଇଛି। 

Leave A Reply

Your email address will not be published.