ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଓଡିଶା ବିଜେପିର ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା

0

ଭୁବନେଶ୍ବର: ବିଜେପି ଆଜି ଆଉ ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିଛି। ଶ୍ରୀ ମହତାବ ଗୁରୁବାର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ।

ସୂଚନାଯୋଗ୍ୟ; ବିଜେପି ପକ୍ଷରୁ ଜାରି ହୋିଥିବା ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ବାକି ଥିବା ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି। ତିନି ଆସନରେ ବିଜେପି ତାର ପ୍ରାର୍ଥୀ ବଦଳାଇଛି ।

୨୦୧୯ରେ କଟକରୁ ପ୍ରକାଶ ମିଶ୍ର ଲୋକସଭା ପ୍ରାର୍ଥୀ ହୋଇଥିବାବେଳେ ଏଥର ଦଳ ବିଜେଡିରୁ ଯାଇଥିବା ଭର୍ତ୍ତୃହରିଙ୍କୁ ଟିକେଟ ଦେଇଛି। ସେହିପରି କନ୍ଧମାଳରୁ ମହାମେଘବାହନ ଐରଖାରବେଳ ସ୍ବାଇଁଙ୍କ ବଦଳରେ ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ଯାଜପୁରରେ ଅମିୟ ମଲ୍ଲିକଙ୍କ ବଦଳରେ ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ବିଜେପି ଟିକେଟ ଦେଇଛି। ପୂର୍ବରୁ ବିଜେପି ୧୮ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି।

Leave A Reply

Your email address will not be published.