ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

0

ଭୁବନେଶ୍ବର: ରାଜ୍ୟ ସରକାର ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ଗୁଡିକ ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।

ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବଙ୍କ କହିବାନୁଯାୟୀ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ପାଠପଢ଼ା ହେବ। ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲ୍ଲାପାଳମାନେ ନିଜ ଜିଲ୍ଲାର ପାଗର ସ୍ଥିତି ନେଇ ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ।

Leave A Reply

Your email address will not be published.