ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

0

ଭୁବନେଶ୍ବର: ରାଜ୍ୟ ସରକାର ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ଗୁଡିକ ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।

ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବଙ୍କ କହିବାନୁଯାୟୀ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ପାଠପଢ଼ା ହେବ। ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲ୍ଲାପାଳମାନେ ନିଜ ଜିଲ୍ଲାର ପାଗର ସ୍ଥିତି ନେଇ ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ।

Leave A Reply

Your email address will not be published.