ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଆସାମ ରେ ଘୂର୍ଣ୍ଣିଝଡ଼

0

ଆସାମ: ଆସାମରେ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ ହେବା କାରଣରୁ ବ୍ରହ୍ମପୁତ୍ର ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ଜଣାପଡିଛି। ୨୦ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। 

ସୂଚନା ଅନୁସାରେ, ଆସାମର ଦକ୍ଷିଣ-ସଲମରା ମାନକଚର ଜିଲ୍ଲା ଦେଇ ଡଙ୍ଗାଟି ଯାଉଥିଲା। ଏହି ସମୟରେ ହଠାତ୍ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ ହେବାରୁ ଡଙ୍ଗାଟି ବୁଡି ଯାଇଥିଲା। ଏଥିରେ ମହିଳା ଓ ଶିଶୁ ମଧ୍ୟ ଯାତ୍ରା କରୁଥିଲେ। ଡଙ୍ଗା ବୁଡିବା ନେଇ ଜାଣିବା ପରେ ସ୍ଥାନୀୟ ମତ୍ସ୍ୟଜୀବୀ ଓ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ। ୨୦ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।

ତେବେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ (ଆଇଏମଡି) ଅରେଞ୍ଜ ୱାର୍ଣ୍ଣି ଜାରିକରିଥିଲା। ପୁନର୍ବାର ଏପ୍ରିଲ ୧ରୁ ୪ ମଧ୍ୟରେ ହାଲୁକାରୁ ମଧ୍ୟମ ବୃଷ୍ଟିପାତ ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ନଦୀ ଏବଂ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। 

Leave A Reply

Your email address will not be published.