ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

0

ଭୁବନେଶ୍ବର: ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୮ ଲୋକସଭା ଓ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ବଲାଙ୍ଗୀର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମିଶ୍ର । ସେହିଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସ ନର୍ଲାରୁ ପ୍ରାର୍ଥୀ ହୋଇଥିବା ବେଳେ ଭବାନୀପାଟଣାରୁ ପ୍ରାର୍ଥୀ ହୋଇଛନ୍ତି ସାଗର ଚରଣ ଦାସ । ସେହିଭଳି ସାନଖେମୁଣ୍ଡିରୁ ରମେଶ ଜେନା ପୁଣିଥରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ବେଳେ ବିଜୟ ପଟ୍ଟନାୟକଙ୍କୁ ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଛି କଂଗ୍ରେସ । ତାରା ବାହିନୀପତିଙ୍କୁ ଜୟପୁର ଆସନରୁ ଦଳ ପ୍ରାର୍ଥୀ କରିଥିବା ବେଳେ ହକି ତାରକା ପ୍ରବୋଧ ତୀର୍କିଙ୍କୁ ତଳସରାରୁ ଦଳ ମୈଦାନକୁ ଓହ୍ଲାଇଛି । ଲାଞ୍ଜିଗଡରୁ ବଳଭଦ୍ର ମାଝୀଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ କଣ୍ଟାବାଞ୍ଝିରୁ ସନ୍ତୋଷ ସିଂ ସାଲୁଜାଙ୍କୁ ଦଳ ପୁଣିଥରେ ଭରସା କରିଛି । ସେହିଭଳି ବୀରମିତ୍ରପୁରକୁ ଜେଏମଏମକୁ ଛାଡିଥିବା ବେଳେ ବଣାଇ ଆସନକୁ ସିପିଆଇ-ଏମକୁ ଛାଡିଛି କଂଗ୍ରେସ ।

ତେବେ ଅନ୍ୟପଟେ କଂଗ୍ରେସ ବିଧାନସଭା ପ୍ରାର୍ଥୀ ତାଲିକାରେ ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ। ପଦ୍ମପୁରରୁ ଟଙ୍କଧର ସାହୁ, ବିଜେପୁରରୁ କିଶୋର ଦଫାଦାର, ବରଗଡ଼ରୁ ନିପନ ଦାସ, ଭଟଲୀରୁ ବ୍ରହ୍ମା ମହାକୁଡ଼, ବ୍ରଜରାଜନଗରରୁ କିଶୋର ପଟେଲ, ତଳସରାରୁ ପ୍ରବୋଧ ତିର୍କୀ, ସୁନ୍ଦରଗଡ଼ରୁ ସୁଧାରାଣୀ ରାଉଡ଼ିଆ, ରଘୁନାଥପାଲୀରୁ ଗୋପାଳ ଦାସ, ରାଉରକେଲାରୁ ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁରରୁ ରାଜନ ଏକ୍କା, ଲୋଇସିଂହାରୁ ଓମ୍‌ ପ୍ରକାଶ କୁମ୍ଭାର, ପାଟଣାଗଡ଼ରୁ ଅନୀଲ ମେହେର, ବଲାଙ୍ଗିରରୁ ସମରେନ୍ଦ୍ର ମିଶ୍ର, କଣ୍ଟାବାଂଜିରୁ ସନ୍ତୋଷ ସିଂ ସାଲୁଜା, ଉମରକୋଟରୁ ସନରାଜ ଗଣ୍ଡ, ଝରିଗାଁରୁ ହାରାବତୀ ଗଣ୍ଡ, ନବରଙ୍ଗପୁରରୁ ଦିଲୀପ ପ୍ରଧାନୀ, ଡାବୁଗାଁରୁ ଲିପିକା ମାଝୀ, ଲାଞ୍ଜିଗଡ଼ରୁ ବଳଭଦ୍ର ମାଝୀ, ଜୁନାଗଡ଼ରୁ ତୁଳେଶ୍ୱର ନାଏକ, ଧର୍ମଗଡ଼ରୁ ରଶ୍ମୀରେଖା ରାଉତ, ଭବାନୀପାଟଣାରୁ ସାଗର ଦାସ, ନର୍ଲାରୁ ଭକ୍ତ ଚରଣ ଦାସ, ବାଲିଗୁଡ଼ାରୁ ସୁରଦ ପ୍ରଧାନ, ଜି.ଉଦୟଗିରିରୁ ପ୍ରଫୁଲ୍ଲ ପ୍ରଧାନ, ଫୁଲବାଣୀରୁ ପ୍ରତିଭା କହଁର, କଣ୍ଟାମାଳରୁ ମନୋଜ ଆଚାର୍ଯ୍ୟ, ବୌଦ୍ଧରୁ ନବ ମିଶ୍ର, ଭଂଜନଗରରୁ ପ୍ରଶାନ୍ତ ବିଷୋୟୀ, ପୋଲସରାରୁ ଅଗସ୍ତୀ ବରଦା, କବିସୂର୍ଯ୍ୟନଗରରୁ ଚିରଂଜୀବ ବିଷୋୟୀ, ସୋରଡ଼ାରୁ ହରିକ୍ରିଷ୍ଣା ରଥ, ସାନଖେମୁଣ୍ଡିରୁ ରମେଶ ଜେନା, ଚିକିଟିରୁ ରବୀନ୍ଦ୍ର ଦ୍ୟାନସାମନ୍ତରାୟ, ମୋହନାରୁ ଦାଶରଥୀ ଗମାଙ୍ଗ ଓ ପାରଳାଖେମୁଣ୍ଡିରୁ ବିଜୟ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି।

Leave A Reply

Your email address will not be published.