ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ ବକ୍ସିପାତ୍ର

0

ଭୁବନେଶ୍ବର: ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର। ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇଥିଲେ। ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ। ହେଲେ ନିର୍ବାଚନରେ ପରାସ୍ତ ହୋଇଥିଲେ।

ସୂଚନାଯୋଗ୍ୟ, ଭୃଗୁ ବକ୍ସିପାତ୍ର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଭୃଗୁ ବକ୍ସିପାତ୍ରଙ୍କ ଯୋଗ ଦାନ ଦକ୍ଷିଣ ଓଡ଼ିଶାରେ ବିଜେଡିକୁ ଅଧିକ ସୁଦୃଢ଼ କରିବ ବୋଲି କହିଛନ୍ତି ସାଂସଦ ମାନସ ମଙ୍ଗରାଜ। ତାଙ୍କ ବାପା ବିଜୁ ବାବୁଙ୍କ ସହଯୋଗୀ ଥିଲେ।ତାଙ୍କ ବାପାଙ୍କ ପଦାଙ୍କ ଅନୁସରଣ କରି ବିଜୁ ପାରିବାରରେ ସାମିଲ ହୋଇଛନ୍ତି। ତାଙ୍କ ଯୋଗଦାନ ଦଳକୁ ଅଧିକ ଶସକ୍ତ କରିବ। ଦକ୍ଷିଣ ଓଡ଼ିଶାରେ ସଙ୍ଗଠନ ଅଧିକ ସୁଦୃଢ଼ ହେବ ବୋଲି କହିଛନ୍ତି ସାଂସଦ ଚନ୍ଦ୍ରଶେଖର ସାହୁ। ମିଶ୍ରଣ ପର୍ବରେ ଉପସ୍ଥିତ ଥିଲେ ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର,ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା , ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ନୂଆ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଅଛି। ନୂଆ ପରିବାର ସହିତ ମୋ ପାରିବାର ପୁରୁଣା ସମ୍ପର୍କ ଥିଲା।   

Leave A Reply

Your email address will not be published.