ପ୍ରମୁଖ ଖବର

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼ । ଏକ ନିର୍ବାଚନୀ ସଭାରେ ତାଙ୍କ ଗୁଳି ମାଡ଼ ହୋଇଛି, କାନକୁ ଛୁଇଁ ଚାଲିଗଲା ଗୁଳି
ଜୁଲାଇ ୧୯ରେ ହେବ ସିୟୁଇଟି-ୟୁଜି ପୁନଃ ପରୀକ୍ଷା, ଏନଟିଏ କଲା ଘୋଷଣା
ଦିଗପହଣ୍ଡିରେ ବଡ ଅଘଟଣ, ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୧୦ ଶିଶୁ ଗୁରୁତର
କଟକ ତ୍ରିସା ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ଜଣେ ଶିଶୁ ମୃତ
ରତ୍ନଭଣ୍ଡାର ନିକଟ‌ରେ ଅସୁସ୍ଥ ହୋଇପଡିଲେ ପୁରୀ ଏସପି ପିନାକ ମିଶ୍ର, ଚିକିତ୍ସା କରୁଛନ୍ତି ଡାକ୍ତର ସିବିକେ ମହାନ୍ତି
ଶ୍ରୀମନ୍ଦିର ବାହାରକୁ ଆସି ଅସୁସ୍ଥ ଥିବା କଥାକୁ ଖଣ୍ଡନ କଲେ ଏସପି ପିନାକ ମିଶ୍ର
ଦିନ ୧ଟା ୨୮ ମିନିଟ୍ ସମୟରେ ଖୋଲାଯିବ ରତ୍ନଭଣ୍ଡାର, ୧୧ ଜଣ ଭିତରକୁ ଯିବେ: ଜଷ୍ଟିସ ବିଶ୍ବନାଥ ରଥ
ଯାଞ୍ଚ କମିଟିରୁ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବେ
ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ଶେଷ ଦର୍ଶନ
ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ଉପମୁଖ୍ୟମନ୍ତ୍ରୀ ଓ ଦୁଇମନ୍ତ୍ରୀ

ସବୁ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ‘ପଖାଳ’: ସୋଆ ଉପସଭାପତି

0

ଭୁବନେଶ୍ୱର: ପଖାଳ ସବୁ ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଓଡ଼ିଶାର ଘରେ ଘରେ ଏହି ପାରମ୍ପରିକ ଖାଦ୍ୟ ବେଶ ଆଦୃତ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ । ପଖାଳର ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍ ) ପକ୍ଷରୁ ବୁଧବାର ଆରମ୍ଭ ହୋଇଥିବା ପଖାଳ ଉତ୍ସବକୁ ଉଦ୍‌ଘାଟନ କରି ଏହା କହିଛନ୍ତି ଶ୍ରମତି ଦାସ ।

ଓଡ଼ିଶାର ପରମ୍ପରା ଓ ସଂସ୍କୃତିକୁ ବାନ୍ଧି ରଖିବାର ପ୍ରୟାସ ହେଉଛି ଏହି ପଖାଳ ଉତ୍ସବ ବୋଲି ସେ କହିଛନ୍ତି । ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏସ୍‌ଏଚ୍‌ଏମ ପକ୍ଷରୁ ଏପ୍ରିଲ୍ ୩ ରୁ ୭ ତାରିଖ ପର୍ଯ୍ୟନ୍ତ ‘ପଖାଳ ଉତ୍ସବ’ର ଆୟୋଜନ କରାଯାଇଛି । ୫ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଉତ୍ସବରେ ପଖାଳ ସାଙ୍ଗକୁ ବିଭିନ୍ନ କିସମର ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଛି । ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି କହିଛନ୍ତି । ଖରାଦିନେ ପ୍ରତ୍ୟେକ ଓଡ଼ିଆ ଖରା ତାତିକୁ ଏଡ଼ାଇବା ପାଇଁ ପଖାଳ ଖାଇବାକୁ ହିଁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି ।

ଓଡ଼ିଶାର ସଂସ୍କୃତି, ପରମ୍ପରା ଓ ଗ୍ରାମୀଣ ପରିବେଶର ଏକ ଝଲକ ଏହି ପଖାଳ ଉତ୍ସବର ଆୟୋଜନରେ ଦେଖିବାକୁ ମିଳିଛି । ଅତିଥିମାନଙ୍କୁ ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ । ଏହି ଉତ୍ସବକୁ ଏସ୍‌ଏଚ୍‌ଏମ୍‌ର ଛାତ୍ରଛାତ୍ରୀ ମାନେ ହିଁ ସଂଚାଳନ କରୁଥିବା ବେଳେ ସେମାନଙ୍କୁ ଫ୍ୟାକଲ୍ଟି ଓ ଅନ୍ୟାନ୍ୟ କର୍ମଚାରୀମାନେ ସହଯୋଗ କରୁଛନ୍ତି ।

ଏହି ୫ ଦିନିଆ ପଖାଳ ଉତ୍ସବରେ ଅତିଥି ମାନଙ୍କୁ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଅଦା ପଖାଳ, ଛୁଙ୍କ ପଖାଳ ଏବଂ ଲେମ୍ବୁ ପଖାଳ ପ୍ରଭୃତି ପରଷା ଯିବାର ବ୍ୟବସ୍ଥା ହେବ । ସେହିପରି ପଖାଳକୁ ସୁହାଇଲା ଭଳି ବିଭିନ୍ନ ପ୍ରକାରର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି – ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଶୁଖୁଆ ଭଜା, ପୋହଳା ଭଜା, କୁକୁଡା କଷା, ଚୁନା ମାଛ ଭଜା, ଚିଙ୍ଗୁଡି ଝରଝରି, ମାଛ ଭଜା, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭଜା, ଆଳୁ ଓ ବାଇଗଣ ଭର୍ତା, ପୋଡା ଆଳୁ , ଗୋଟା ଭେଣ୍ଡି ଭଜା, ନଡ଼ିଆ ଭଜା, ସାଗ ବଡ଼ି ଭଜା, ପରିବା ଭଜା, ଚିପ୍ସ, ଆମ୍ବ ଛେଚା ଚଟଣୀ, ପୋଡା ଟମାଟୋ ଚଟଣୀ , ପନିର ଭୁର୍ଜି, ଆଳୁ କଲରା ବାଟି ତରକାରୀ ଓ ବଡି ଚୁରା ସହିତ କାକୁଡି, ପିଆଜ, ଲଙ୍କା ଓ ଲେମ୍ବୁ ପ୍ରଭୃତି ପରିବେଷଣ କରାଯିବାର ବ୍ୟବସ୍ଥା କରାଯିବ ।

Leave A Reply

Your email address will not be published.