ପ୍ରମୁଖ ଖବର

ୟୁଜିସି-ନେଟ୍ ପରୀକ୍ଷା ତାରିଖରେ ପରିବର୍ତ୍ତନ: ଏବେ ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୧୬ ରବିବାର ପରିବର୍ତ୍ତେ ଜୁନ ୧୮ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ
ୟୁଜିସି ମୁଖ୍ୟ ଜଗଦୀଶ କୁମାର ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ରେ ଏ ନେଇ ସୂଚନା ଦେଇଛନ୍ତି
ଇସ୍ତଫା ଦେବା ଖବରକୁ ନୀତେଶ ଗଙ୍ଗଦେବଙ୍କ ଖଣ୍ଡନ, ଫେସବୁକ୍ ଆଇଡି ହ୍ୟାକ୍ ହେଇଥିବା ନେଇ ଦେଲେ ସୂଚନା
୧୦% କର୍ମଚାରୀଙ୍କୁ ଛଟେଇ କରିବ ଓଲା, ଇସ୍ତଫା ଦେଲେ ସିଇଓ ହେମନ୍ତ ବକ୍ସି
ଆସନ୍ତାକାଲି ହିଞ୍ଜିଳି ଏବଂ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
୪୪.୮ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ

0

ଭୁବନେଶ୍ବର: ଶୁକ୍ରବାର ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି। ନିର୍ବାଚନ କମିସନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ ଆଇପିଏସ ଅଫିସରଙ୍କୁ ନିର୍ବାଚନ କାର୍ଯ୍ୟରୁ ବାଦ୍ ଦେବା ପରେ ରାଜ୍ୟ ସରକାର କଟକ ଜିଲ୍ଲାପାଳ ଭିନିତ ଭରଦ୍ୱାଜଙ୍କୁ ପଂଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଛନ୍ତି।

ତେବେ ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟ୍ଟୱାରୀଙ୍କୁ ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ଭିନିତଙ୍କ ସ୍ଥାନରେ ଆଇଏଏସ୍ ଅରିନ୍ଦମ ଡାକୁଆ ଓ ପାରୁଲଙ୍କ ସ୍ଥାନରେ ଅନୁପମ ଶାହଙ୍କୁ ଯଥାକ୍ରମେ କଟକ ଓ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ୨୦୧୧ ବ୍ୟାଚ୍ ଆଇଏଏସ୍ ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଶ୍ରୀ ବର୍ମା ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଇନଚାର୍ଜ ମୁଖ୍ୟ ପ୍ରଶାସକ ସହ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ତୁଲାଉଥିଲେ। ଏବେ ତାଙ୍କୁ କେବଳ ପୂର୍ତ୍ତ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ଆଇଏଏସ୍ ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ତାଙ୍କୁ ଏପ୍ରିଲ ୩ତାରିଖରେ ଯାଜପୁର ଜିଲ୍ଲାପାଳ ପଦବୀରୁ ହଟାଇ ଦିଆଯାଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ୨୦୧୨ ବ୍ୟାଚ୍ ଆଇଏଏସ୍ ନିଖିଳ ପୱନ କଲ୍ୟାଣଙ୍କୁ ଯାଜପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିଲା।

Leave A Reply

Your email address will not be published.