ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ

0

ଭୁବନେଶ୍ବର: ଶୁକ୍ରବାର ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି। ନିର୍ବାଚନ କମିସନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ ଆଇପିଏସ ଅଫିସରଙ୍କୁ ନିର୍ବାଚନ କାର୍ଯ୍ୟରୁ ବାଦ୍ ଦେବା ପରେ ରାଜ୍ୟ ସରକାର କଟକ ଜିଲ୍ଲାପାଳ ଭିନିତ ଭରଦ୍ୱାଜଙ୍କୁ ପଂଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଛନ୍ତି।

ତେବେ ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟ୍ଟୱାରୀଙ୍କୁ ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ଭିନିତଙ୍କ ସ୍ଥାନରେ ଆଇଏଏସ୍ ଅରିନ୍ଦମ ଡାକୁଆ ଓ ପାରୁଲଙ୍କ ସ୍ଥାନରେ ଅନୁପମ ଶାହଙ୍କୁ ଯଥାକ୍ରମେ କଟକ ଓ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ୨୦୧୧ ବ୍ୟାଚ୍ ଆଇଏଏସ୍ ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଶ୍ରୀ ବର୍ମା ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଇନଚାର୍ଜ ମୁଖ୍ୟ ପ୍ରଶାସକ ସହ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ତୁଲାଉଥିଲେ। ଏବେ ତାଙ୍କୁ କେବଳ ପୂର୍ତ୍ତ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ଆଇଏଏସ୍ ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ତାଙ୍କୁ ଏପ୍ରିଲ ୩ତାରିଖରେ ଯାଜପୁର ଜିଲ୍ଲାପାଳ ପଦବୀରୁ ହଟାଇ ଦିଆଯାଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ୨୦୧୨ ବ୍ୟାଚ୍ ଆଇଏଏସ୍ ନିଖିଳ ପୱନ କଲ୍ୟାଣଙ୍କୁ ଯାଜପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିଲା।

Leave A Reply

Your email address will not be published.