ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ସମ୍ ସିଇଓଙ୍କୁ ‘ଉତ୍କଳ ପ୍ରତିଭା ସମ୍ମାନ’

0

ଭୁବନେଶ୍ୱର, ଏପ୍ରିଲ୍ ୫ : ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)ର ଚିଫ୍ ଏଗ୍‌ଜିକ୍ୟୁଟିଭ୍ ଅଫିସର ଡକ୍ଟର ଶ୍ୱେତପଦ୍ମା ଦାଶଙ୍କୁ ଏପ୍ରିଲ୍ ୧ ତାରିଖ ଉତ୍କଳ ଦିବସ ଅବସରରେ ଉତ୍କଳ ପ୍ରତିଭା ଫାଉଣ୍ଡେସନ୍ ପକ୍ଷରୁ ‘ଉତ୍କଳ ପ୍ରତିଭା ସମ୍ମାନ’ରେ ସମ୍ମାନିତ କରାଯାଇଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅସାଧାରଣ ଅବଦାନ ନିମନ୍ତେ ଡକ୍ଟର ଦାଶଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

“ଆପଣଙ୍କର ଅନନ୍ୟ ପ୍ରଚେଷ୍ଟା ଓ ଅତୁଳନୀୟ ଅବଦାନ କେବଳ ଆମ ରାଜ୍ୟ ପାଇଁ ଗୌରବ ନୁହେଁ ବରଂ ଦେଶ ପ୍ରତି ଅନେକ ବ୍ୟକ୍ତିଙ୍କୁ ଏଭଳି ମହତ କାର୍ଯ୍ୟ କରିବା ପାଇଁ ପ୍ରୋତ୍ସାହନ ଦେଇଛି” ବୋଲି ଉତ୍କଳ ପ୍ରତିଭା ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ତଥା ଓଡିଏମ୍ ଏଜୁକେସ୍‌ନାଲ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍‌ର ସଭାପତି ଡକ୍ଟର ସତ୍ୟବ୍ରତ ମିନକେତନ ଏକ ପତ୍ର ଜରିଆରେ ଉଲ୍ଲେଖ କରିଛନ୍ତି ।

Leave A Reply

Your email address will not be published.