ପ୍ରମୁଖ ଖବର

ଗଜପତି: ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଏପ୍ରିଲ୍‌ ୧୫ ମଙ୍ଗଳବାର ଠାରୁ, ଓଡ଼ିଶାର ଉପକୂଳରେ ବାର୍ଷିକ ୬୦ ଦିନିଆ ଅର୍ଥାତ୍ ୨ ମାସିଆ ମାଛ ଧରିବା ନିଷେଧ
ଓଡ଼ିଶାର କାଗଜବିହୀନ ବିଧାନସଭା ପ୍ରକ୍ରିୟା ଅଧ୍ୟୟନ କରିବା ପାଇଁ ଦିଲ୍ଲୀ ବାଚସ୍ପତି ଭୁବନେଶ୍ୱର ଆସିବେ
ସନରାଇଜର୍ସ ହାଇଦ୍ରାବାଦ ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

ସମ୍ ଫୁଲନଖରା କ୍ୟାମ୍ପସ୍‌ରେ ସଫଳ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ସର୍ଜରୀ

0

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫୁଲନଖରା କ୍ୟାମ୍ପସ୍‌ରେ ଏକ ଡାକ୍ତରୀ ଟିମ୍ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ଏଣ୍ଡୋନାଜାଲ ପ୍ରକ୍ରିୟା ପ୍ରୟୋଗ କରି ଜଣେ ୧୬ ବର୍ଷୀୟ ବାଳକର ନାକରୁ ଭାସ୍କୁଲାର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି । ବାଳକଟିର ନାକରେ ଏହି ଭାସ୍କୁଲାର ଟ୍ୟୁମର ସୃଷ୍ଟି ହୋଇ ତା’ର ସ୍କଲ ବେସ୍ ପର୍ଯ୍ୟନ୍ତ ଲାଗି ରହିଥିଲା ଯାହାକୁ କି ଜୁଭେନାଇଲ୍ ନାସୋଫାରିନ୍‌ଜିଆଲ ଆନ୍‌ଜିଓଫାଇବ୍ରୋମା କୁହାଯାଏ ବୋଲି ଏହି ଅସ୍ତ୍ରୋପଚାରର ନେତ୍ୱତ୍ୱ ନେଇଥିବା ହସ୍ପିଟାଲ୍‌ର ଇଏନ୍‌ଟି ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଖଗେଶ୍ୱର ରାଉତ କହିଛନ୍ତି ।
ରୋଗୀଟି ଖୁବ୍ କମ୍ ବୟସର ଥିବା ବେଳେ ଖୋଲା ଅସ୍ତ୍ରୋପଚାର ଦ୍ୱାରା ତା’ର ମୁହଁରେ ଦାଗ ରହିବା ସହ ବିକୃତ ହେବାର ମଧ୍ୟ ସମ୍ଭାବନା ରହିଥିଲା । ତେଣୁ ଏଣ୍ଡୋସ୍କୋପିକ୍ ଏଣ୍ଡୋନାଜାଲ ପ୍ରକିୟା ମାଧ୍ୟମରେ ମିନିମାଲି ଇନ୍‌ଭେସିଭ ଟେକ୍ନିକ୍ ଦ୍ୱାରା ଅତ୍ୟାଧୁନିକ ଯନ୍ତ୍ରପାତି ବ୍ୟବହାର କରି ଏହି ଅସ୍ତ୍ରୋପଚାର କରାଯାଇଥିଲା ବୋଲି ସେ କହିଛନ୍ତି ।

ତେବେ ଅସ୍ତ୍ରୋପଚାର ପରେ ରୋଗୀ ସୁସ୍ଥ ଥିଲା ବେଳେ ଏହାର ପର ଦିନ ଠାରୁ ହିଁ ବିନା ସମସ୍ୟାରେ ସେ ତା’ର ଦୈନନ୍ଦିନ କାର୍ଯ୍ୟ କରିପାରୁଛି ବୋଲି ପ୍ରଫେସର ରାଉତ କହିବା ସହ ତା’ର ପରିବାର ବର୍ଗ ଖୁବ୍ ଖୁସି ଅଛନ୍ତି ଏବଂ ଅସ୍ତ୍ରୋପଚାର କରିଥିବା ଡାକ୍ତରୀ ଟିମ୍‌କୁ ଧନ୍ୟବାଦ ଜଣାଇଛନ୍ତି ବୋଲି ପ୍ରକାଶ କରିଥିଲେ ।

ଏହି ଅସ୍ତ୍ରୋପଚାର ଟିମ୍‌ରେ ପ୍ରଫେସର ରାଉତଙ୍କ ବ୍ୟତୀତ ଆସିଷ୍ଟାଂଟ ପ୍ରଫେସର (ଡାକ୍ତର) ବିବେକାନନ୍ଦ ଆଚାର୍ଯ୍ୟ ଏବଂ ସିନିୟର ରେସିଡେଂଟ ଡାକ୍ତର ସୁବ୍ରତ ଚନ୍ଦନ ପ୍ରଧାନ ଓ ଡାକ୍ତର ରାକେଶ ଗିରି ସାମିଲ ଥିଲେ । ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍‌ର ଡିନ୍ ପ୍ରଫେସର (ଡାକ୍ତର)ଅରକ୍ଷିତ ସ୍ୱାଇଁ ଓ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ଅସ୍ତ୍ରୋପଚାର ନିମନ୍ତେ ସମସ୍ତ ସହଯୋଗ କରିଥିଲେ ।

Leave A Reply

Your email address will not be published.