ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ବିଜେଡି ଛାଡିଲେ ଜ୍ୟୋିତି ପାଣିଗ୍ରାହୀ

0

ଭୁବନେଶ୍ବର: ବିଜେଡି ଛାଡିଛନ୍ତି ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ତଥା ସୁନ୍ଦରଗଡ଼ର ବିଜେଡି ପର୍ଯ୍ୟବେକ୍ଷକ ଜ୍ୟୋତି ପାଣିଗ୍ରାହୀ। ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି।

ସୂଚନା ଅନୁସାରେ ଜ୍ୟୋତି ପାଣିଗ୍ରାହୀ ବିଜେଡିର ଜଣେ ଦକ୍ଷ ନେତ୍ରୀ ଭାବେ ଜଣାଶୁଣା। ସେଥିପାଇଁ ଦଳ ତାଙ୍କୁ ସୁନ୍ଦରଗଡର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଥିଲା। କିନ୍ତୁ ଏବେ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ତେବେ ଜ୍ୟୋତି ପାଣିଗ୍ରାହୀଙ୍କ ସ୍ୱାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ କରି ଦଳ ଛାଡ଼ିବାକୁ ବାଧ୍ୟ ହୋଇଥିବା ସେ କହିଛନ୍ତି ।

Leave A Reply

Your email address will not be published.