ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋଆ ଆଇଏଏସ୍ ରେ ବାର୍ଷିିକ ଉତ୍ସବ “ଅର୍ଣ୍ଣ-୨୦୨୪” ଅନୁଷ୍ଠିତ

0

ଭୁବନେଶ୍ୱର,ଏପ୍ରିଲ୍ ୧୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସସେ୍ (ଆଇଏଏସ୍)ରେ ବାର୍ଷିକ ଉତ୍ସବ “ଅର୍ଣ୍ଣ-୨୦୨୪” ଆୟୋଜିତ ହୋଇଯାଇଛି। ଗତ ୧୦ ଓ ୧୧ ତାରିଖ ଦୁଇ ଦିନ ଧରି ଆୟୋଜିତ ଏହି ବାର୍ଷିକ ଉତ୍ସବ ରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ର ପ୍ରାକ୍ତନ କୁଳପତି ପ୍ରଫେସର ମନୋରଂଜନ କର ମୁଖ୍ୟଅତିଥି ଭାବେ ଯୋଗ ଦେଇ ଓଡିଶାର କୃଷିଭିତିକ ଅର୍ଥନୀତି ଓ ଆଧୁନିକ କୃଷି ବିଜ୍ଞାନ ର ଅଗ୍ରଗତି ରେ ଛାତ୍ରଛାତ୍ରମାନଙ୍କର ଭୂମିକା ବିଷୟରେ ଆଲୋକପାତ କରିଥିଲେ।

ଅନ୍ୟତମ ବିଶିଷ୍ଟ ଅତିଥି ଭାବରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ ସୋଆରେ କୃଷି ଶିକ୍ଷା ବ୍ୟବସ୍ଥା ର ଅଭିନବ ପଦକ୍ଷେପ ବିଷୟରେ କହିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ସୋଆ ର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଯୋଗଦେଇଥିଲେ। କୃଷି ମହାବିଦ୍ୟାଳୟର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ସ୍ୱାଗତ ଭାଷଣ ଦେଇଥିବା ସହିତ ବାର୍ଷିକ ବିବରଣୀ ପାଠ କରିଥିଲେ। ଆଇଏଏସ୍ ର ପ୍ର୍ରଫେସର ବିଜୟ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ କ୍ରୀଡା ଓ ଅନ୍ୟାନ୍ୟ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିôବା ବେଳେ କାର୍ଯ୍ୟକ୍ରମର ପ୍ରଥମ ସନ୍ଧ୍ୟାରେ ଓଲିଉଡର ଖ୍ୟାତିନାମା କଣ୍ଠଶିଳ୍ପୀ ଅନ୍ତରା ଚକ୍ର୍ରବର୍ତୀ ଓ ସ୍ୱୟମ୍ ପ୍ରଭାସ ପାଢୀ ଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଦ୍ୱିତୀୟ ସନ୍ଧ୍ୟାରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Leave A Reply

Your email address will not be published.