ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ସୋଆ ଆଇଏଏସ୍ ରେ ବାର୍ଷିିକ ଉତ୍ସବ “ଅର୍ଣ୍ଣ-୨୦୨୪” ଅନୁଷ୍ଠିତ

0

ଭୁବନେଶ୍ୱର,ଏପ୍ରିଲ୍ ୧୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସସେ୍ (ଆଇଏଏସ୍)ରେ ବାର୍ଷିକ ଉତ୍ସବ “ଅର୍ଣ୍ଣ-୨୦୨୪” ଆୟୋଜିତ ହୋଇଯାଇଛି। ଗତ ୧୦ ଓ ୧୧ ତାରିଖ ଦୁଇ ଦିନ ଧରି ଆୟୋଜିତ ଏହି ବାର୍ଷିକ ଉତ୍ସବ ରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ର ପ୍ରାକ୍ତନ କୁଳପତି ପ୍ରଫେସର ମନୋରଂଜନ କର ମୁଖ୍ୟଅତିଥି ଭାବେ ଯୋଗ ଦେଇ ଓଡିଶାର କୃଷିଭିତିକ ଅର୍ଥନୀତି ଓ ଆଧୁନିକ କୃଷି ବିଜ୍ଞାନ ର ଅଗ୍ରଗତି ରେ ଛାତ୍ରଛାତ୍ରମାନଙ୍କର ଭୂମିକା ବିଷୟରେ ଆଲୋକପାତ କରିଥିଲେ।

ଅନ୍ୟତମ ବିଶିଷ୍ଟ ଅତିଥି ଭାବରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ ସୋଆରେ କୃଷି ଶିକ୍ଷା ବ୍ୟବସ୍ଥା ର ଅଭିନବ ପଦକ୍ଷେପ ବିଷୟରେ କହିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ସୋଆ ର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଯୋଗଦେଇଥିଲେ। କୃଷି ମହାବିଦ୍ୟାଳୟର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ସ୍ୱାଗତ ଭାଷଣ ଦେଇଥିବା ସହିତ ବାର୍ଷିକ ବିବରଣୀ ପାଠ କରିଥିଲେ। ଆଇଏଏସ୍ ର ପ୍ର୍ରଫେସର ବିଜୟ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ କ୍ରୀଡା ଓ ଅନ୍ୟାନ୍ୟ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିôବା ବେଳେ କାର୍ଯ୍ୟକ୍ରମର ପ୍ରଥମ ସନ୍ଧ୍ୟାରେ ଓଲିଉଡର ଖ୍ୟାତିନାମା କଣ୍ଠଶିଳ୍ପୀ ଅନ୍ତରା ଚକ୍ର୍ରବର୍ତୀ ଓ ସ୍ୱୟମ୍ ପ୍ରଭାସ ପାଢୀ ଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଦ୍ୱିତୀୟ ସନ୍ଧ୍ୟାରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Leave A Reply

Your email address will not be published.