ପ୍ରମୁଖ ଖବର

ୟୁଜିସି-ନେଟ୍ ପରୀକ୍ଷା ତାରିଖରେ ପରିବର୍ତ୍ତନ: ଏବେ ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୧୬ ରବିବାର ପରିବର୍ତ୍ତେ ଜୁନ ୧୮ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ
ୟୁଜିସି ମୁଖ୍ୟ ଜଗଦୀଶ କୁମାର ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ରେ ଏ ନେଇ ସୂଚନା ଦେଇଛନ୍ତି
ଇସ୍ତଫା ଦେବା ଖବରକୁ ନୀତେଶ ଗଙ୍ଗଦେବଙ୍କ ଖଣ୍ଡନ, ଫେସବୁକ୍ ଆଇଡି ହ୍ୟାକ୍ ହେଇଥିବା ନେଇ ଦେଲେ ସୂଚନା
୧୦% କର୍ମଚାରୀଙ୍କୁ ଛଟେଇ କରିବ ଓଲା, ଇସ୍ତଫା ଦେଲେ ସିଇଓ ହେମନ୍ତ ବକ୍ସି
ଆସନ୍ତାକାଲି ହିଞ୍ଜିଳି ଏବଂ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
୪୪.୮ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ

ବ୍ରିଜ୍ ତଳକୁ ଖସିଲା ବସ୍: ୫ମୃତ,୪୦ଆହତ

0

ଯାଜପୁର: ବ୍ରିଜ ତଳକୁ ଖସିଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୫ ମୃତ। ୪୦ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଯାଜପୁର କୁଆଖିଆ ବାରବାଟୀ ଛକ ନିକଟରେ ଘଟିଛି ଏ ଦୁର୍ଘଟଣା। ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏ ମର୍ମନ୍ତୁଦ ଦୁର୍ଘଟଣା। ଓଭରବ୍ରିଜ୍ ତଳକୁ ଖସି ପଡ଼ିଛି ଏହି ବସ। ସମସ୍ତ ଆହତଙ୍କୁ ଯାଜପୁର ଧର୍ମଶାଳା ମେଡିକାଲରେ ଭର୍ତ୍ତି କରାଯାଇଛି। କିଛି ଯାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି।

ସୂଚନାଯୋଗ୍ୟ: କାଳିଆନନା ନାମକ ଏହି ବସଟି ପୁରୀରୁ ଆଜି ଦିନ ୪ଟାରୁ ବାହାରିଥିଲା। ଏହା ପଶ୍ଚିମବଙ୍ଗର ହଳଦିଆ ଯିବାର ଥିଲା। ଏଥିରେ ୫୦ରୁ ଅଧିକ ଯାତ୍ରୀଥିଲେ। କିନ୍ତୁ ଅଧା ବାଟରେ ଏପରି ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ଏସଡିଏମଓ ସୂଚନା ଦେଇଛନ୍ତି। 

ଅନ୍ୟପକ୍ଷରେ ଯାଜପୁର ଜିଲ୍ଲା  ବାରବାଟୀ ଛକ ଅଞ୍ଚଳରେ ଏକ ଯାତ୍ରୀ ବାହୀ ବସ ଓଭରବ୍ରିଜ ତଳକୁ ଖସିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.