ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ବୁଡିଲା ଡଙ୍ଗା, ୧୦ରୁ ଅଧିକ ଲୋକ ନିଖୋଜ

0

ଝାରସୁଗୁଡା: ହୀରାକୁଦ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ମୃତ ଓ ୧୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ମୃତକ ଜଣେ ମହିଳା ଅଟନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ଅଭିମୁଖେ ବାହାରିଛି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରେ ଅନେକ ମହିଳା ଓ ଛୋଟ ଛୁଆ ଥିଲେ। ସେମାନେ ସମସ୍ତେ ଶରଧା ଗାଁରୁ ବରଗଡ଼ ଜିଲ୍ଲା ବାଞ୍ଜିପାଲିକୁ ଯାଉଥିବା ବେଳେ ଦିନ ପ୍ରାୟ ଅଢ଼େଇଟା ବେଳେ ଏହି ଅଘଟଣ ଘଟିଥିଲା। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିଲେ।  

ଡଙ୍ଗାଟି କେମିତି ବୁଡ଼ିଲା, ତାହା ଜଣାପଡ଼ି ନାହିଁ। ତେବେ ଡଙ୍ଗାରେ କ୍ଷମତାଠାରୁ ଅଧିକ ଲୋକ ବସିଥିଲେ ବୋଲି କୁହାଯାଉଛି। ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ପୁଲିସ୍ ଓ ଅନ୍ୟ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଝାରସୁଗୁଡା ଜିଲ୍ଲା ଲଖନପୁର ର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.