ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବୁଡିଲା ଡଙ୍ଗା, ୧୦ରୁ ଅଧିକ ଲୋକ ନିଖୋଜ

0

ଝାରସୁଗୁଡା: ହୀରାକୁଦ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ମୃତ ଓ ୧୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ମୃତକ ଜଣେ ମହିଳା ଅଟନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ଅଭିମୁଖେ ବାହାରିଛି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରେ ଅନେକ ମହିଳା ଓ ଛୋଟ ଛୁଆ ଥିଲେ। ସେମାନେ ସମସ୍ତେ ଶରଧା ଗାଁରୁ ବରଗଡ଼ ଜିଲ୍ଲା ବାଞ୍ଜିପାଲିକୁ ଯାଉଥିବା ବେଳେ ଦିନ ପ୍ରାୟ ଅଢ଼େଇଟା ବେଳେ ଏହି ଅଘଟଣ ଘଟିଥିଲା। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିଲେ।  

ଡଙ୍ଗାଟି କେମିତି ବୁଡ଼ିଲା, ତାହା ଜଣାପଡ଼ି ନାହିଁ। ତେବେ ଡଙ୍ଗାରେ କ୍ଷମତାଠାରୁ ଅଧିକ ଲୋକ ବସିଥିଲେ ବୋଲି କୁହାଯାଉଛି। ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ପୁଲିସ୍ ଓ ଅନ୍ୟ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଝାରସୁଗୁଡା ଜିଲ୍ଲା ଲଖନପୁର ର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.