ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଏପ୍ରିଲ୍ ୨୧ରୁ ପ୍ରଚଣ୍ଡ ରୌଦ୍ର ତାପରୁ ଆଶ୍ୱସ୍ତି ମିଳିପାରେ : ସିଇସି

0

ଭୁବନେଶ୍ୱର, ଏପ୍ରିଲ୍ ୧୯: ବଙ୍ଗୋପସାଗରରେ ଆଂଟି ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା କାରଣରୁ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଠାରୁ ପ୍ରଚଣ୍ଡ ଖରା ତାତିରୁ କିଛିଟା ଆଶ୍ୱସ୍ତି ମିଳିପାରେ ବୋଲି ଶୁକ୍ରବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ବର୍ତମାନ ଜାରି ରହିଥିବା ଖରା ତାତି ଆଉ ଗୋଟିଏ ଦିନ ରହିବାର ସମ୍ଭାବନା ଥିବା ବେଳେ ଏପ୍ରିଲ ୨୧ ତାରିଖରୁ ସମୁଦ୍ର ଆଡୁ ଉପକୂଳ ଅଂଚଳକୁ ଦୁର୍ବଳ ବାୟୁ ପ୍ରବାହ ହେବ । ଏହା ଏପ୍ରିଲ ୨୫ ପର୍ଯ୍ୟନ୍ତ ଜାରି ରହିପାରେ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।

ଏପ୍ରିଲ୍ ୨୧ ଏବଂ ଏହାର ପରବର୍ତୀ ଦିନ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତୋଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ତେବେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ଦିନର ତାପମାତ୍ରା ୩୮ ଡିଗ୍ରୀରୁ ୪୧ ଡିଗ୍ରୀ ସେଲ୍‌ସିଅସ ମଧ୍ୟରେ ରହିବାର ସମ୍ଭାବନା ଥିବାବେଳେ ଉପକୂଳବର୍ତୀ ଅଂଚଳରେ ୩୭ ଡିଗ୍ରୀରୁ ୩୯ ଡିଗ୍ରୀ ସେଲ୍‌ସିଅସ ମଧ୍ୟରେ ରହିପାରେ । କେତେକ ସ୍ଥାନରେ ୩୬ ଡିଗ୍ରୀ ସେଲ୍‌ସିଅସରୁ କମ୍ ରହିପାରେ ବୋଲି ସେ କହିଛନ୍ତି । ଏପ୍ରିଲ୍ ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବୃଦ୍ଧିପାଇ ଏପ୍ରିଲ୍ ୨୮ ତାରିଖ ପରେ ୪୪ରୁ ୪୫ ଡିଗ୍ରୀ ସେଲସିଅସ ରହିପାରେ ବୋଲି ଡ଼. ସାହୁ କହିଛନ୍ତି ।

Leave A Reply

Your email address will not be published.