ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା

0

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ମୋଟ ୯ ଜଣଙ୍କ ନାମ ତାଲିକାରେ ଥିବା ବେଳେ ଏଥିରେ ୪ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ ୧୩୫ ପ୍ରାର୍ଥୀ ତାଲିକା ଘୋଷଣା କରିଛି।

ଦୂଚନାନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଥିବା ପ୍ରାର୍ଥୀ ତାଲିକା ଅନୁସାରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା, ସନାତନ ମହାକୁଡ଼ଙ୍କୁ ଚମ୍ପୁଆ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ସିମୁଳିଆରୁ ସୁବାସିନୀ ସାହୁ ଓ ରେମୁଣାରୁ ବିଦୁସ୍ମିତା ମହାଳିକଙ୍କୁ ମଇଦାନକୁ ଓହ୍ଲାଇଛି ଦଳ।

ଆଜି ଘୋଷଣା ହୋଇଥିବା ଷଷ୍ଠ ପର୍ଯ୍ୟାୟ ତାଲିକାରେ ଘୋଷିତ ୯ ପ୍ରାର୍ଥୀଙ୍କ ମଧ୍ୟରୁ ଦଳ ୪ ମହିଳାଙ୍କୁ ମଇଦାନକୁ ଓହ୍ଲାଇଛି। ତେଣୁ ଷଷ୍ଠ ପର୍ଯ୍ୟାୟ ତାଲିକା ସୁଦ୍ଧା ବିଜେଡି ୩୨ ମହିଳାଙ୍କୁ ବିଧାନସଭା ନିର୍ବାଚନ ନିମନ୍ତେ ଟିକେଟ ଦେଇ ସାରିଲାଣି।

ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫ ବିଧାୟକଙ୍କ ଟିକେଟ କଟିଛି। ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ସମେତ, ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ ଓ ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ କଟିଲା । ଏଥିସହ କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରାଙ୍କୁ ଚଳିତ ନିର୍ବାଚନରେ ଟିକେଟ ମିଳି ନ ଥିବା ବେଳେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତଙ୍କୁ ବି ଟିକେଟ ଦେଇନି ଦଳ। 

Leave A Reply

Your email address will not be published.