ପ୍ରମୁଖ ଖବର

ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ: ନବୀନଙ୍କୁ ଚିଠି ଲେଖି ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ବିଜେଡି ନେତା ରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ
ମାଧବୀ ପୁରୀ ବୁଚ୍‌ଙ୍କୁ ମିଳିଲା ଆଶ୍ଵସ୍ତି, ରୁଜୁ ହେବ ନାହିଁ ଏଫଆଇଆର୍
ସନ୍ତୋଷ ଦେଶମୁଖ ହତ୍ୟା ମାମଲାରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧନଞ୍ଜୟ ମୁଣ୍ଡେ
ମାର୍ଚ୍ଚ ୫ ପାଳନ ହେବନି ପଞ୍ଚାୟତିରାଜ ଦିବସ, ଖୋଲା ରହିବ ସମସ୍ତ ସ୍କୁଲ
ଅଷ୍ଟ୍ରେଲିଆକୁ ହରାଇଲା ଭାରତ, ଫାଇନାଲରେ ଟିମ୍ ଇଣ୍ଡିଆ
ଓଏସଏସସି ଶାରୀରିକ ପରୀକ୍ଷାରେ ଅଘଟଣ: ଫିଜିକାଲ ଟେଷ୍ଟ ବେଳେ ୨ ଆଶାୟୀଙ୍କ ମୃତ୍ୟୁ: ୪ ଲକ୍ଷ ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର
ବଳବତ୍ତର ରହିଲା ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା

ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା

0

ଭୁବନେଶ୍ବର: ଭାରତୀୟ ଜାତୀୟ କଂଗ୍ରେସ ଆଜି ଅର୍ଥାତ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ୍‌ ବିଜ୍ଞପ୍ତିରେ କହିଛନ୍ତି ସମ୍ବଲପୁର ଲୋକସଭା ଆସନରୁ ଦୁଲାଲ ଚନ୍ଦ୍ର ପ୍ରଧାନ, କେନ୍ଦୁଝରରୁ ମୋହନ ହେମ୍ବ୍ରମଙ୍କ ସ୍ଥାନରେ ବିନୋଦ ନାୟକ ଓ ଆସିକାରେ ଦେବକାନ୍ତ ଶର୍ମାଙ୍କୁ ପ୍ରାର୍ଥୀ କରାଯାଇଛି।

ନିକଟରେ ବିଜେଡି ଛାଡ଼ି କଂଗ୍ରେସରେ ସାମିଲ ହୋଇଥିବା କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ ଟିକେଟ ପାଇଛନ୍ତି। ଦଳ ତାଙ୍କୁ ସେହି କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ କରିଛି। ବିଜେପି ଛାଡ଼ି କଂଗ୍ରେସରେ ମିଶି ଥିବା ସୋନାଲି ସାହୁଙ୍କୁ ମଧ୍ୟ ଟିକେଟ ମିଳିଛି। ତାଙ୍କୁ ଦଳ ଖୋର୍ଦ୍ଧାରୁ ଟିକେଟ ଦେଇଛି। ସେହିପରି କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କୃତ ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ଦଳ ପ୍ରାର୍ଥୀ କରିଛି। ତାଙ୍କୁ ନିମାପଡ଼ା ଟିକେଟ ଦିଆଯାଇଛି।

ଏହାଛଡା ଝାରସୁଗୁଡ଼ା ଅମିତା ବିଶ୍ୱାଳ, ବଡ଼ସାହି ଖୀରୋଦ କୁମାର ପାତ୍ର, ସୁକିନ୍ଦା ବିଭୁଭୂଷଣ ରାଉତ, କଣ୍ଟାମାଳ ଶରତ କୁମାର ପ୍ରଧାନ, ଏହି ଆସନରେ ମନୋଜ କୁମାର ଆଚାର୍ଯ୍ୟଙ୍କ ବଦଳିଲେ ଦଳ ଶରତଙ୍କ ଉପରେ ଭରସା କରିଛି । ଅନ୍ୟପଟେ ରାଜନଗର ଅଶୋକ ପ୍ରତିହାରୀ, ମହାକାଳପଡ଼ା ଲୋକନାଥ ମହାରଥୀ, ପିପିଲି ଜ୍ଞାନରଞ୍ଜନ ପଟ୍ଟନାୟକ, ଜୟଦେବରୁ ଦଳ ପରିବର୍ତ୍ତନ କରିଛି ଜୟନ୍ତ କୁମାର ଭୋଇଙ୍କ ବଦଳରେ କୃଷ୍ଣ ସଗରୀଆଙ୍କୁ ପ୍ରାର୍ଥୀ କରିଛି

ସେହିପରି ଚିଲିକାରୁ ପ୍ରଦୀପ କୁମାର ସ୍ବାଇଁ, ଖଣ୍ଡପଡ଼ା ମନୋଜ କୁମାର ପ୍ରଧାନ, ଦଶପଲ୍ଲା ନକୁଳ ନାୟକ, କବିସୂର୍ଯ୍ୟନଗର ସଞ୍ଜୟ କୁମାର ମଣ୍ଡାଲ, ଗୋପାଳପୁର ଶ୍ୟାମସୁନ୍ଦର ସାହୁଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ ।

Leave A Reply

Your email address will not be published.